କନକ ବ୍ୟୁରୋ : ଆସନ୍ତାକାଲି ଠାରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ । ଚଳିତ ଆର୍ଥିକବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ବଜେଟରେ କେଉଁ ବିଭାଗ ପାଇଁ କେତେ ଟଙ୍କା ବ୍ୟୟବରାଦ କରାଯିବ ତାହା ଉପରେ ସମସ୍ତଙ୍କର ନଜର ରହିଛି । ଆଉ ଏସବୁ ଭିତରେ ବଜେଟ ଅଧିବେଶନ ପାଇଁ ବିଧାନସଭାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଡାକଡି କରାଯାଇଛି । ସୁରକ୍ଷା ବ୍ୟବସ୍ଥା ନିଜେ ଯାଞ୍ଚ କରିଛନ୍ତି ପୋଲିସ ଡିଜି ।
ବିଧାନସଭାର ବଜେଟ ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ବିଧାନସଭା ଅଧିବେଶନ ପାଇଁ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । ୨ ଜଣ ଡିସିପିଙ୍କ ନେତୃତ୍ୱରେ ୧୦ ଅତିରିକ୍ତ ଡିସିପି, ୧୧ ଏସିପି, ୧୩ ଜଣ ଆଇଆଇସି, ୮୫ ଜଣ ଅଫିସର ଓ ୨୦୦ ଜଣ କନେଷ୍ଟବଳ ମୁତୟନ ହେବେ । ତେବେ ବିକ୍ଷୋଭ ଓ ଧାରଣାସ୍ଥଳ ଉପରେ ପୋଲିସର କଡା ନଜର ରହିବ ବୋଲି କହିଛନ୍ତି ପୋଲିସ ଡିଜି ।
ବିଧାନସଭାର ବଜେଟ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି । ବିଧାନସଭାକୁ ଜଗିବେ ୩୦ ପ୍ଲାଟୁନ ପୋଲିସ ଫୋର୍ସ ।
/kanak/media/post_attachments/wp-content/uploads/2023/02/12-13.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)