ଓଲଟିଲା ତୀର୍ଥଯାତ୍ରୀ ବସ୍, ୩୦ ଆହତ : ୧୪ ଗୁରୁତର ବାଲେଶ୍ୱର ମେଡିକାଲରେ ଭର୍ତ୍ତି

417

କନକ ବ୍ୟୁରୋ : ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ତୀର୍ଥଯାତ୍ରୀ ବସ୍ । ବାଲେଶ୍ୱର ୧୬ ନମ୍ବର ଜାତୀୟ ରାଜପଥ ତଳନଗର ନିକଟରେ ବସଟି ଭାରସାମ୍ୟ ହରାଇ ଓଲଟି ପଡ଼ିଛି । ମମତାଜ ନାମକ ବସଟି ପଶ୍ଚିମବଙ୍ଗ ଚବିସପ୍ରଗଣା କାଚାରି ଅଞ୍ଚଳରୁ ପୁରୀ ଅଭିମୁଖେ ଯାଉଥିଲା । ବସରେ ଥିବା ୩୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି ।

ଖବର ପାଇ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ । ୫ଟି ଆମ୍ବୁଲାନ୍ସରେ ସେମାନଙ୍କୁ ଚିକିତ୍ସା ପାଇଁ ସୋର ଡାକ୍ତରଖାନାକୁ ନେଇଥିଲେ । ୩୦ ଜଣଙ୍କ ମଧ୍ୟରୁ ୭ଜଣଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣାରେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ୭୦ରୁ ଅଧିକ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି ।