କନକ ବ୍ୟୁରୋ : ଆନ୍ଧ୍ରପ୍ରଦେଶର ବିଜୟନଗରମରେ ହୋଇଥିବା ଟ୍ରେନ୍ ଦୁର୍ଘଟଣା ପରେ ୩୩ ଟ୍ରେନ୍ ବାତିଲ କରାଯାଇଛି । ଭୁବନେଶ୍ୱରରୁ ଛାଡିବାକୁ ଥିବା ଭୁବନେଶ୍ୱର- ବିଶାଖାପାଟଣା ଇଂଟରସିଟି ଏକ୍ସପ୍ରେସ୍ ବାତିଲ କରାଯାଇଛି । ବିଶାଖାପାଟଣାରୁ ଛାଡିବାକୁ ଥିବା ବିଶାଖାପାଟଣା-ଭୁବନେଶ୍ୱର ଇଂଟରସିଟି ଏକ୍ସପ୍ରେସ୍ ମଧ୍ୟ ବାତିଲ ହୋଇଛି ।
ବିଶାଖାପାଟଣାରୁ ଯିବାକୁ ଥିବା ବିଶାଖାପାଟଣା-ପଲାସା ପାସେଞ୍ଜର ଓ ପଲାସାରୁ ଛାଡିବାକୁ ଥିବା ପଲାସା-ବିଶାଖାପାଟଣା ପାସେଞ୍ଜର ମଧ୍ୟ ବାତିଲ କରାଯାଇଛି । ସେହିପରି ବିଶାଖାପାଟଣାରୁ ବାହାରୁଥିବା ବିଶାଖାପାଟଣା-ତିରୁପତି ଓ ତିରୁପତିରୁ ଛାଡୁଥିବା ତିରୁପତି-ବିଶାଖାପାଟଣା ଏକ୍ସପ୍ରେସ୍ ମଧ୍ୟ ଆଜି ଚାଲିବ ନାହିଁ । ଏହା ସହ ବ୍ରହ୍ମପୁର-ବିଶାଖାପାଟଣା ଓ ବିଶାଖାପାଟଣା ବ୍ରହ୍ମପୁର ଟ୍ରେନ୍ ଆଜି ପାଇଁ ବାତିଲ କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/10/19-22.jpg)