କନକ ବ୍ୟୁରୋ: ଓଡ଼ିଶା ପାଇଁ ଖୁସି ଖବର । ସବୁ ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା । ରାଜ୍ୟରେ ସୁସ୍ଥ ହେଲେ ୩୩୪୩ କରୋନା ଆକ୍ରାନ୍ତ । ତେବେ ସୁସ୍ଥଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୭୩୨, ସୁନ୍ଦରଗଡରୁ ୨୬୧, ଭଦ୍ରକ ୨୪୫, ଗଞ୍ଜାମ ୨୩୮, ରାୟଗଡାରୁ ୨୧୭, କଟକରୁ ୧୮୧, ବାଲେଶ୍ୱରରୁ ୧୫୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Advertisment

ତେବେ ନୂଆ ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ଏଯାଏଁ ମୋଟ ୬୨ ହଜାର ୮୧୩ ଜଣ ସୁସ୍ଥ ହୋଇ ସାରିଲେଣି ବୋଲି ଟ୍ୱିଟ୍ କରି ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ ।