ରାଜ୍ୟରେ ୨୪ ଘଣ୍ଟାରେ ଆଉ ୩୪ ଆକ୍ରାନ୍ତଙ୍କ ମୃତ୍ୟୁ : କରୋନା ଜନିତ ମୋଟ ମୃତ୍ୟୁସଂଖ୍ୟା ୨,୬୧୮କୁ ବୃଦ୍ଧି

183

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୪ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୬୧୮କୁ ବୃଦ୍ଧି ପାଇଛି । ମୋଟ ୧୩ଟି ଜିଲ୍ଲାରୁ ଏହି ମୃତ୍ୟୁ ସୂଚନା ଆସିଥିବା ବେଳେ ସେମାନଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି ।

ଅପରପକ୍ଷରେ ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଠିକ୍ ସେହିପରି ବୌଦ୍ଧ, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ଜୀବନ ହରାଇଥିବା ବେଳେ ସେହିପରି ଗଜପତି, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ପୁରୀ ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬,୭୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୭୭୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୯୬୨ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୭୮୮ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।