ଭୁବନେଶ୍ୱରରେ ଆଉ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ : ସେପଟେ ସୁସ୍ଥ ହେଲେ ୪୨୧ ଆକ୍ରାନ୍ତ

70

କନକ ବ୍ୟୁରୋ : ଭୁବନେଶ୍ୱରରେ ଆଜି ଆଉ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ୧୦୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୩୮ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ଭୁବନେଶ୍ୱରରୁ ୪୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ ।

ଦିନକୁ ଦିନ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଆଜି ଖୋର୍ଦ୍ଧାରୁ ୬୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସେମାନଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୩୪୨ ଜଣ ରହିଛନ୍ତି ।

ଏହାସହ ଭୁବନେଶ୍ୱରରେ ବର୍ତ୍ତମାନ ଆକ୍ରାନ୍ତଙ୍କ ସଂଖ୍ୟା ୧୮୨୬୭ରେ ପହଞ୍ଚିଛି । ସେହିପରି ୧୪୦୫୨ ଜଣ ସୁସ୍ଥ ହୋଇଘରକୁ ଫେରିଛନ୍ତି । ଏପର୍ଯ୍ୟନ୍ତ ଭୁବନେଶ୍ୱରରେ ୪୧୩୩ ସକ୍ରିୟ ରହିଛନ୍ତି ।