ଦେଶରେ ବଢୁଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୩,୪୭,୨୫୪ ଆକ୍ରାନ୍ତ, ୭୦୩ ମୃତ ।

99

କନକ ବ୍ୟୁରୋ: ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୪୭,୨୫୪ କରୋନାଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୭୦୩ ମୃତ୍ୟୁ ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ସଂକ୍ରମଣ ସଂଖ୍ୟା ୨୯,୭୨୨ ଅଧିକ ରହିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୮୫,୬୬,୦୨୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୭୦୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୮,୩୯୬ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୫୧,୭୭୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୬୦,୫୮,୮୦୬।ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୦,୧୮,୮୨୫।

ସେହିପରି, ଦେଶରେ ସମୁଦାୟ ‘ଓମିକ୍ରନ୍‌’ ସଂକ୍ରମଣ ସଂଖ୍ୟା ମଧ୍ୟ ୯,୬୯୨ରେ ପହଞ୍ଚିଛି। ଗତକାଲି ଠାରୁ ଓମିକ୍ରନ୍‌ ସଂକ୍ରମଣ ୪.୩୬% ବୃଦ୍ଧି ପାଇଛି।ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୬୦,୪୩,୭୦,୪୮୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୧,୧୫,୩୮,୯୩୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୯,୩୫,୯୧୨ଟି ନମୁନା। ଦୈନିକ ପଜିଟିଭିଟି ହାର ରହିଛି ୧୬.୪୧%।