ରାଜ୍ୟରେ କମୁଛି ସଂକ୍ରମଣ ହାର, ଗତ ୨୪ ଘଂଟାରେ ୩୫୧ ସଂକ୍ରମିତ ଚିହ୍ନଟ

73

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୦୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୪୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩ ଜଣ, ଭଦ୍ରକରୁ ୬ ଜଣ, ବଲାଙ୍ଗୀରରୁ ୪ ଜଣ, କଟକରୁ ୩୫ ଜଣ, ଦେବଗଡ଼ରୁ ୧ ଜଣ, ଗଜପତିରୁ ୨ ଜଣ, ଜଗତସିଂହପୁରରୁ ୧୦ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, କୋରାପୁଟରୁ ୨ ଜଣ, ମୟୂରଭଞ୍ଜରୁ ୩ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୬ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୬ ଜଣ, ସମ୍ୱଲପୁରରୁ ୫ ଜଣ, ସୋନପୁରରୁ ୧ଜଣ, ସୁନ୍ଦରଗଡ଼ରୁ ୩ ଜଣ ଓ ଷ୍ଟେଟ ପୁଲରୁ ୪୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୨ ହଜାର ୭୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୦ ହଜାର ୪୪୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩ ହଜାର ୯୩୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।