କନକ ବ୍ୟୁରୋ : ଆସନ୍ତାକାଲି ଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ତେବେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପୂର୍ବରୁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଜୁଲାଇ ୨୫ରୁ ଜୁଲାଇ ୨୭ ଯାଏଁ ଓଡ଼ିଶାରେ ରହିବେ ରାଷ୍ଟ୍ରପତି । ଏହି ସମୟରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ତେବେ ଏହାପୂର୍ବରୁ ବ୍ଲୁ ବୁକ୍ ଆଧାରରେ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ରୁଟ୍ ଲାଇନ, କାରକେଡ, ଟ୍ରାଫିକ ଓ ପାର୍କିଂ ପାଇଁ ବ୍ୟବସ୍ଥା ହୋଇଥିବା କହିଛନ୍ତି ଡିସିପି ପ୍ରତୀକ ସିଂ ।
ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । ଏହାସହ ୩ଟି କ୍ୱିକ୍ ରେସପନ୍ସ ଟିମ୍, ୨ଟି ସ୍ପେଶାଲ ଟାକ୍ଟିକାଲ ୟୁନିଟ୍ ରାଷ୍ଟ୍ରପତିଙ୍କ ସୁରକ୍ଷାରେ ମୁତୟନ ରହିବେ । ସେହିଭଳି ୧୨ ଆଡିସିନାଲ ଡିସିପି, ୨୫ ଜଣ ଏସପି, ୪୦ ଜଣ ଇନସପେକ୍ଟର, ୧୨୦ ଜଣ ଏସଆଇ ଓ ଏଏସଆଇ ରାଷ୍ଟ୍ରପତିଙ୍କ ସୁରକ୍ଷାରେ ନିୟୋଜିତ ରହିବେ । ସେହିଭଳି ୧୬୦ ଟ୍ରାଫିକ କର୍ମଚାରୀ ଓ ୧୫୦ ହୋମଗାର୍ଡ, ଅଗ୍ନିଶମ ବିଭାଗର ଅଧିକାରୀ ମଧ୍ୟ ଉପସ୍ଥିତ ରହିବେ । ସେହିଭଳି ସବୁ ଭେନ୍ୟୁରେ ପ୍ରୋଟକଲ ଅନୁସାରେ ସୁରକ୍ଷା ବ୍ୟବସ୍ଥା ହୋଇଛି । ସମସ୍ତ ନିମନ୍ତ୍ରିତ ଅତିଥିଙ୍କ ତଥ୍ୟ ରଖାଯିବା ସହ ଏହାର ଯାଞ୍ଚ କରାଯାଇଛି । ରାଷ୍ଟ୍ରପତିଙ୍କ ସମସ୍ତ କାର୍ଯ୍ୟକ୍ରମ ସଡକ ପଥରେ ରହିଥିବାରୁ ସେହି ଅନୁସାରେ ଟ୍ରାଫିକ ବ୍ୟବସ୍ଥା ହୋଇଥିବା କହିଛନ୍ତି ଡିସିପି ପ୍ରତୀକ ସିଂ ।
Follow Us