କରୋନାକୁ ନେଇ ଭଲ ଖବର । ରାଜ୍ୟରେ ସୁସ୍ଥ ହେଲେ ଆଉ ୩, ୭୦୪ ଆକ୍ରାନ୍ତ । ଖୋର୍ଦ୍ଧାରୁ ସର୍ବାଧିକ ୭୯୬ ସୁସ୍ଥ

Advertisment
କରୋନାକୁ ନେଇ ଭଲ ଖବର । ରାଜ୍ୟରେ ସୁସ୍ଥ ହେଲେ ଆଉ ୩, ୭୦୪ ଆକ୍ରାନ୍ତ । ଖୋର୍ଦ୍ଧାରୁ ସର୍ବାଧିକ ୭୯୬ ସୁସ୍ଥ

କନକ ବ୍ୟୁରୋ : କରୋନାକୁ ନେଇ ସାମ୍ନାକୁ ଆସିଛି ଭଲ ଖବର । ରାଜ୍ୟରେ ସୁସ୍ଥ ହେଲେ ଆଉ ୩, ୭୦୪ କରୋନା ଆକ୍ରାନ୍ତ । ଏହାସହ ରାଜ୍ୟରେ ମୋଟ କରୋନା ସୁସ୍ଥ ସଂଖ୍ୟା ୧ ଲକ୍ଷ ୪୯ ହଜାର ୩୭୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି ।
ତେବେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୭୯୬, କଟକରୁ ୩୨୦, ପୁରୀରୁ ୨୫୬, ଝାରସୁଗୁଡାରୁ ୧୫୧, କେନ୍ଦ୍ରାପଡାରୁ ୧୪୭, ବଲାଙ୍ଗିର ଓ ସୁନ୍ଦରଗଡରୁ ୧୩୬, ବରଗଡରୁ ୧୩୨, ମୟୂରଭଞ୍ଜ ଓ ନବରଙ୍ଗପୁରରୁ ୧୨୦, ଯାଜପୁରରୁ ୧୧୩, ସମ୍ବଲପୁରରୁ ୧୧୧, କୋରାପୁଟରୁ ୯୯, ରାୟଗଡାରୁ ୯୮, ଜଗତସିଂହପୁରରୁ ୯୦, କନ୍ଧମାଳରୁ ୮୫, ଭଦ୍ରକରୁ ୭୬, ବାଲେଶ୍ୱରରୁ ୭୩, କେନ୍ଦୁଝରରୁ ୭୨, ସୋନପୁରରୁ ୬୫, ଗଞ୍ଜାମରୁ ୫୫, ବୌଦ୍ଧରୁ ୫୧, ଢେଙ୍କାନାଳରୁ ୩୯, ନୟାଗଡରୁ ୩୬, କଳାହାଣ୍ଡିରୁ ୩୪, ମାଲକାନଗିରିରୁ ୨୭, ଦେବଗଡରୁ ୨୩, ଅନୁଗୁଳ ଓ ଗଜପତିରୁ ୨୨, ନୂଆପଡାରୁ ୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଏହାସହ ଆଜି ରାଜ୍ୟରେ ୪ ହଜାର ୨୪୨ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ଓ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ତେବେ ଏହାମଧ୍ୟରେ ସୁସ୍ଥ ଆକ୍ରାନ୍ତଙ୍କ ଖବର ଲୋକଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe