ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ ପିଜିଟିଭ ଚିହ୍ନଟ : ୨୪ ଘଂଟାରେ ୩୯୪ ଆକ୍ରାନ୍ତ ଚିହ୍ନଟ ; ଖୋର୍ଦ୍ଧାରୁ ସର୍ବାଧିକ ୭୦ ପଜିଟିଭ୍

248

କନକ ବ୍ୟୁରୋ : ରାଜ୍ୟରେ ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୩୯୪ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ । ସେମାନଙ୍କ ମଧ୍ୟରୁ ୨୩୧ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୬୩ ଜଣ ସ୍ଥାନୀୟ ସଂକ୍ରମିତ । ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୪୧ ହଜାର ୧୧୧ରେ ପହଞ୍ଚିଛି । ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୭ ହଜାର ୦୯୧ ଜଣ । ଏବେ ବି ସକ୍ରିୟ ଅଛନ୍ତି ୨୨୪୬ ଜଣ । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୫ ଜଣ, ବରଗଡ଼ରୁ ୩୪ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୧୦ ଜଣ, କଟକରୁ ୨୭ ଜଣ, ଢେଙ୍କାନାଳରୁ ୪ଜଣ, ଗଞ୍ଜାମରୁ ୭ ଜଣ, ଜଗତ୍ସିଂହପୁରରୁ ୨ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୪୩ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧାରୁ ୭୦ଜଣ, କୋରାପୁଟରୁ ୪ ଜଣ, ମୟୂରଭଞ୍ଜରୁ ୧୯ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୪୦ ଜଣ, ପୁରୀରୁ ୧୨ଜଣ, ରାଗଡ଼ାରୁ ୩, ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୩୧ ଜଣ ଓ ଷ୍ଟେଟ୍ ପୁଲରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.