କନକ ବ୍ୟୁରୋ : ବିଧାନସଭା ବଜେଟ ଅଧିବେଶନର ତୃତୀୟ ଦିନ । ସ୍ୱାଭାବିକ ଭାବେ ଚାଲିଛି ଗୃହ କାର୍ଯ୍ୟ ।ପ୍ରଶ୍ନକାଳରେ ପାନୀୟ ଜଳ ଯୋଗାଣ, ଜଳ ସେଚନ ଓ ଜଳ ସଂରକ୍ଷଣ ନେଇ ଗୃହରେ ସରଗରମ ଆଲୋଚନା ।
ପଦ୍ମନାଭ ବେହେରାଙ୍କ ପ୍ରଶ୍ନରେ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁଙ୍କ ଉତ୍ତର । ମହାନଦୀ ଅଵବାହିକାରେ ଖଇରମାଳ, ଗୋଧନେସ୍ଵର ଓ କପାଶିରା ଠାରେ ବ୍ୟାରେଜ ନିର୍ମାଣ ପାଇଁ ସରକାରଙ୍କ କୌଣସି ଯୋଜନା ନାହିଁ । ଖଇରମାଳ, ଗୋଧନେସ୍ଵର କେବଳ ଇନଷ୍ଟ୍ରିମ ଷ୍ଟରେଜ ନିର୍ମାଣ ପାଇଁ ଯୋଜନା ଅଛି । ଯାହାକୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ପଦ୍ମନାଭ କହିଛନ୍ତି, ଇନଷ୍ଟ୍ରିମ ଷ୍ଟରେଜ ନ ହେଲେ ମେଗା ଲିପିଟ ପଏଣ୍ଟ ଉଠା ଜଳ ସେଚନ କେମିତି ହେବ ? ଏହା ସହ କହିଛନ୍ତି ବର୍ଷାଦିନେ ବି ଉପର ମୁଣ୍ଡରେ ଗେଟ ବନ୍ଦ ହେଲେ ପାଣି ଟିକିଏ ଆସୁନାହିଁ। ସେହିପରି ବିଜେପି ବିଧାୟକ ଭାସ୍କର ମଢେଇ ସରକାରଙ୍କ ପୂର୍ବ ଘୋଷଣା କାର୍ଯ୍ୟକାରୀ ନ ହେବାକୁ ନେଇ ବିରକ୍ତି ପ୍ରକାଶ କରିଥିବା ବେଳେ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ ବି ଭୁବନେଶ୍ବରର ପାନୀୟ ଜଳ ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇବା ସହ ଛତିଶଗଡ଼ ବନ୍ଧ ବାନ୍ଧି ପାଣି ରୋକୁଥିବା ବେଳେ ସରକାର କି କି ବ୍ୟବସ୍ଥା କରୁଛନ୍ତି ବୋଲି ପ୍ରଶ୍ନ ଉଠାଇଛନ୍ତି ।
ଏହାପୂର୍ବରୁ ବଜେଟ ଅଧିବେଶନ ଆରମ୍ଭରୁ ଆଇନ ଶୃଙ୍ଖଳା ପରିସ୍ଥିତି ଓ ନବଙ୍କ ହତ୍ୟାକୁ ନେଇ ବିରୋଧୀ ଗୃହରେ ହଟ୍ଟଗୋଳ କରିଥିଲେ । ଫଳରେ ଗୃହ କାର୍ଯ୍ୟରେ ବାଧା ସୃଷ୍ଟି ହୋଇଥିଲା । ଅନ୍ୟପଟେ ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ କେନ୍ଦ୍ର ଅବହେଳାକୁ ପ୍ରସଙ୍ଗ କରି ନାରାବାଜି କରିଥିଲେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/02/32-10.jpg)