ପଞ୍ଚାୟତ ନିର୍ବାଚନ ପାଇଁ ଆଜି ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ । ୨୯ ଜିଲ୍ଲାର ୧୭୧ ଜିଲ୍ଲା ପରିଷଧ ଆସନରେ ପଡିବ ଭୋଟ, ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିଛି ପ୍ରଶାସନ ।

56

କନକ ବ୍ୟୁରୋ:  ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ଭୋଟ ଗ୍ରହଣ । ସକାଳ ୭ଟାରୁ ୬୩ ବ୍ଲକର ୧୭୧ ଜିଲ୍ଲା ପରିଷଦ ଆସନ ପାଇଁ ମତଦାନ ଆରମ୍ଭ ହୋଇଛି । ଏହାଛଡା ୧୩୮୨ଟି ପଞ୍ଚାୟତ ଓ ୧୮ ହଜାର ୪୯୫ଟି ୱାର୍ଡରେ ମଧ୍ୟ ନିର୍ବାଚନ ହେବ । ଏହି ତୃତୀୟ ପର୍ଯ୍ୟାୟରେ ବଡ ବଡ ନେତାଙ୍କ ଭାଗ୍ୟ ପରୀକ୍ଷା ହେବ । ଏମାନଙ୍କ ମଧ୍ୟରେ ଅଛନ୍ତି ମନ୍ତ୍ରୀ ଅରୁଣ ସାହୁ, ପ୍ରମିଳା ମଲ୍ଲିକ, ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହ, ବିଧାୟିକା ରୀତା ସାହୁ ଓ ବିଧାୟକ ସୁର ରାଉତରାୟ ।

ପ୍ରଥମ ଦୁଇଟି ପର୍ଯ୍ୟାୟ ନିର୍ବାଚନରେ ଅଳ୍ପ କିଛି ସ୍ଥାନକୁ ଛାଡିଦେଲେ ରାଜ୍ୟର ସବୁ ସ୍ଥାନରେ ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ସରିଛି । ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ସମ୍ବେଦନଶୀଳ ବୁଥ ଗୁଡିକରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିବା ବେଳେ ଭୋଟରଙ୍କୁ ଯେପରି କେହି ମତଦାନ କେନ୍ଦ୍ର ନିକଟରେ ପ୍ରଭାବିତ କରି ନପାରିବେ ପ୍ରଶାସନ ପକ୍ଷରୁ ସେଥିପ୍ରତି ଦୃଷ୍ଟି ଦିଆଯାଇଛି ।