ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ । ନବୀନଙ୍କ ଉପସ୍ଥିତିରେ ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ନାମାଙ୍କନ ଭରିଲେ ୪ ବିଜେଡି ପ୍ରାର୍ଥୀ ।

295

କନକ ବ୍ୟୁରୋ : ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ୪ଜଣ ବିଜେଡି ପ୍ରାର୍ଥୀ । ବିଧାନସଭା ସଚିବାଳୟ ପରିସରରେ ରାଜ୍ୟସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ବିଜୁ ଜନତା ଦଳର ୪ ଜଣ ପ୍ରାର୍ଥୀ । ବିଜେଡି ପ୍ରାର୍ଥୀ ସୁବାସ ସିଂ, ମୁନ୍ନା ଖାଁ, ସୁଜିତ କୁମାର ଓ ମମତା ମହାନ୍ତ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।

ପ୍ରାର୍ଥୀପତ୍ର ଦାଖଲ କରିବା ସମୟରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ । ବିଜେଡି ସୁପ୍ରିମୋଙ୍କ ସମେତ ବିଧାୟକ ଓ ବରିଷ୍ଠ ନେତାମାନେ ମଧ୍ୟ ଉପସ୍ଥିତ ଥିଲେ । ତେବେ ସଂଖ୍ୟା ନଥିବାରୁ କଂଗ୍ରେସ ଓ ସିପିଏମ ଏହି ନିର୍ବାଚନରେ ଭୋଟ ଦାନରୁ ବିରତ ରହିବେ ବୋଲି ପୂର୍ବରୁ ସୂଚନା ଦେଇସାରିଛନ୍ତି ।