କନକବ୍ୟୁରୋ:ବାଲେଶ୍ୱରରେ ୪ ଘଂଟା ପାଇଁ କର୍ଫ୍ୟୁ କୋହଳ ହୋଇଛି । ସକାଳ ୭ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ କଟକଣା ହଟିଥିବାରୁ ମାର୍କେଟରେ ପରିବା ସହ ଆବଶ୍ୟକ ସାମଗ୍ରୀ କିଣିବାକୁ ଲୋକଙ୍କ ଭିଡ ଜିମଛି । ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦରୁ ଦୁଇ ଦିନ ହେବ ବାଲେଶ୍ୱରରେ କର୍ଫ୍ୟୁ ଜାରି ରହିଥିଲା । ଲୋକମାନେ ଘରେ ରହିଥିଲେ । ବ୍ୟବସାୟ ମଧ୍ୟ ବନ୍ଦ ରହିଥିଲା । କିନ୍ତୁ ଅତି ଆବଶ୍ୟକ ସାମଗ୍ରୀ କିଣିବା ପାଇଁ ପ୍ରଶାସନ ୪ ଘଂଟା ପାଇଁ ନିୟମ କୋହଳ ପରେ ଏବ ବଜାରରେ ଅସମ୍ଭାନ ଭିଡ଼ ଦେଖିବାକୁ ମିଳିଛି ।
ସେପଟେ କେବଳ ଲ୍ୟାଣ୍ଡଲାଇନ୍ ଫୋନରେ ମିଳୁଛି ଇଂଟରନେଟ ସେବା । ଏହି ଘଟଣାରେ ୩୪ ଜଣଙ୍କୁ ଅଟକ ରଖାଯାଇଥିବା ବେଳେ ୪୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । କର୍ଫ୍ୟୁ ସମୟରେ ଘରୁ ନବାହାରି ପୋଲିସକୁ ସହଯୋଗ କରିବାକୁ ଜନସାଧାରଣଙ୍କୁ ଅପିଲ କରାଯାଇଛି । ବାଲେଶ୍ୱରକୁ ସଂଯୋଗ କରୁଥିବା ସବୁ ରାସ୍ତା ସିଲ କରାଯାଇଛି । ବାଲେଶ୍ୱର ସଦର ସୁନହଟ ଅଂଚଳରେ ସୋମବାର ସକାଳେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା ।
ଯାହାକୁ ନେଇ ବିଳମ୍ବିତ ରାତିରେ ଉତେଜନା ଦେଖାଦେଇଥିଲା । ଦୁଇ ଗୋଷ୍ଠୀ ପରସ୍ପରଙ୍କୁ ଆକ୍ରମଣ କରିଛନ୍ତି । ପରସ୍ପରକୁ ପଥର, କାଚ ବୋତଲ ଫୋପାଡିବାରୁ ପୁଲିସ କର୍ମଚାରୀଙ୍କ ସମେତ ୧୦ ଜଣ ଲହୁଲୁହାଣ ହୋଇପହିଛନ୍ତି । ବିଶେଷକରି ଗୋଳାପାଖରୀ, ମୋତିଗଞ୍ଜ, ସିନେମାଛକ ଆଦି ଅଂଚଳରେ ହିଂସା ପରିସ୍ଥିତି ସୃଷ୍ଟି ହୋଇଥିଲା । ହିଂସାକାରୀମାନେ ବିଭିନ୍ନ ସାହିରେ ପଶି ଲୋକଙ୍କ ଘରକୁ ଢେଲାପଥର ମାଡ କରିଥିଲେ ।