କଳାହାଣ୍ଡି କେସିଙ୍ଗାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୪ ମୃତ, ୭ ଗୁରୁତର; ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଥିବା ସୂଚନା

Advertisment
କଳାହାଣ୍ଡି କେସିଙ୍ଗାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୪ ମୃତ, ୭ ଗୁରୁତର; ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଥିବା ସୂଚନା

କନକ ବ୍ୟୁରୋ : କଳାହାଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଗୁରୁତର ହୋଇଛନ୍ତି । କେସିଙ୍ଗା ଥାନା ତୁର୍ଳାଖମନଠାରେ ଏହି ଦୁର୍ଘଟଣା ଘଟିଛି । ବରଯାତ୍ରୀ ଯାଇ ଫେରୁଥିବା ବେଳେ ଏକ ବୋଲୋରେ ଧାନ ବୋଝେଇ ଟ୍ରକ୍ ସହ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ହିଁ ୪ଜଣଙ୍କ ମୃତ୍ୟୁ ହୋଇଥିଲା ।

publive-image

୭ ଗୁରୁତରଙ୍କୁ କେସିଙ୍ଗା ହସ୍ପିଟାଲରେ ଚିକିତ୍ସା ପରେ ଭବାନୀପାଟଣା ହସ୍ପିଟାଲକୁ ପଠାଯାଇଛି । ଗୁରୁତର ଆହତଙ୍କ ମଧ୍ୟରେ ଥିବା ଜଣେ ଛୋଟ ପିଲାକୁ ବୁର୍ଲା ମେଡିକାଲକୁ ଚିକିତ୍ସା ପାଇଁ ପଠାଯାଇଛି । ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଥିବା ଜଣାପଡ଼ିଛି । ବରଯାତ୍ରୀ ଯାଇ ଏକ ବୋଲେରୋରେ ୧୧ ଜଣ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ଘଟିଥିଲା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe