କନକ ବ୍ୟୁରୋ : ଚାଷୀଙ୍କୁ ନୂଆଁଖାଇ ଭେଟି । ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇରେ ଚାଷୀଙ୍କୁ କାଳିଆ ଟଙ୍କା ସହାୟତା ଦେବେ ରାଜ୍ୟ ସରକାର । ପ୍ରତ୍ୟେକ ଚାଷୀଙ୍କ ଆକାଉଣ୍ଟକୁ ୨ ହଜାର ଟଙ୍କା ଲେଖାଏଁ ପଠାଇବେ ରାଜ୍ୟ ସରକାର । ଆଉ ଏଥିପାଇଁ ମୋଟ ୮୬୯ କୋଟି ଟଙ୍କା ଦିଆଯିବ । ରାଜ୍ୟର ୪୧ ଲକ୍ଷ ଚାଷୀ ଏହି ସହାୟତା ପାଇବେ । ଗରିବ ଚାଷୀଙ୍କୁ ଆର୍ଥିକ ସହାୟତା ବାବଦକୁ କାଳିଆ ଟଙ୍କା ଦେଇ ଆସୁଛନ୍ତି ସରକାର । ପୂର୍ବରୁ ୭ଥର କାଳିଆ ଟଙ୍କା ମିଳିଥିବା ବେଳେ ନୂଆଁଖାଇରେ ୮ମ ଥର ପାଇଁ କାଳିଆ ଟଙ୍କା ଦେବେ ରାଜ୍ୟ ସରକାର ।

Advertisment

ରାଜ୍ୟ ସରକାର ଚଳିତବର୍ଷ ବଜେଟରେ କୃଷିକ୍ଷେତ୍ର ଲାଗି ସର୍ବାଧିକ ୨୧,୧୬୬ କୋଟି ଟଙ୍କାର ବ୍ୟୟବରାଦ କରିଥିବାବେଳେ ଏଥିରୁ ‘କାଳିଆ’ ସହାୟତା ବାବଦକୁ ୧୮୭୪ କୋଟି ଟଙ୍କା ବ୍ୟୟବରାଦ ରହିଛି।