କନକ ବ୍ୟୁରୋ: ରାଜଧାନୀରେ କମୁଛି କରୋନା ସଂକ୍ରମଣ । ଆଜି ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି ୪୧୯ କରୋନା ଆକ୍ରାନ୍ତ । କ୍ୱାରେଣ୍ଟାଇନ ସେଣ୍ଟରରୁ ୪୩ ଜଣ ଚିହ୍ନଟ ହୋଇଥିବା ବେଳେ ୩୭୬ ଲୋକାଲ କେସ ଚିହ୍ନଟ ହୋଇଛନ୍ତି । ସେହିପରି ୭୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
ଭୁବନେଶ୍ୱରର ମଞ୍ଚେଶ୍ୱର, ରସୁଲଗଡ, ହଂସପାଳ, ପାହାଳ, ସହିଦ ନଗର, ସତ୍ୟନଗର, ଝାରପଡା, ଖଣ୍ଡଗିରି, ପଟିଆ, ଜୟଦେବ ବିହାର, ନୟାପଲ୍ଲୀ, କଳ୍ପନା, ବମିଖାଲ, ବରମୁଣ୍ଡା, ଚିନ୍ତାମଣିଶ୍ୱର, ଏଜି କଲୋନୀ, ପଳାସପଲ୍ଲୀ, ପୋଖରୀପୁଟ, ଶୈଳଶ୍ରୀବିହାର, ସାମନ୍ତରାପୁର ଆଦି ଅଞ୍ଚଳରୁ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ବର୍ତ୍ତମାନ ଭୁବନେଶ୍ୱରରେ ୮୫୬୨୭ରେ ପହଞ୍ଚିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସେହିପରି ୮୨୫୪୪ ଜଣ ସୁସ୍ଥ ହୋଇ ଘରକୁ ଫେରଛନ୍ତି । ଆହୁରି ୨୬୭୦ କରୋନା ପଜିଟିଭ ଭୁବନେଶ୍ୱରରେ ସକ୍ରିୟ ରହିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/05/Coronavirus.png)