ରାଜ୍ୟରେ ବଢୁଛି କରୋନା ସଂକ୍ରମଣ : ଆଜି ୪୬୧ ପଜିଟିଭ ଚିହ୍ନଟ ; ସଙ୍ଗରୋଧରୁ ୨୭୨ ଓ ସ୍ଥାନୀୟ ଅଞ୍ଚଳରୁ ୧୮୯

233

କନକ ବ୍ୟୁରୋ : ବଢ଼ି ବଢ଼ି ଚାଲିଛି କରୋନା ମିଟର୍‌ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୪୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୭୨ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୮୯ ଜଣ ସ୍ଥାନୀୟ ସଂକ୍ରମିତ । ଅନୁଗୁଳ ଜିଲ୍ଲାରୁ ୨୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୬ ଜଣ, ବରଗଡ଼ରୁ ୩୨ ଜଣ, ଭଦ୍ରକରୁ ୫ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୨୨ ଜଣ, ଗଞ୍ଜାମରୁ ୫ ଜଣ, ଯାଜପୁରରୁ ୮ ଜଣ, ଝାରସୁୁଗୁଡ଼ାରୁ ୧୩ ଜଣ, କଳାହାଣ୍ଡିରୁ ୩୬ ଜଣ ଚିହ୍ନଟ ହୋଇଛନ୍ତି ।

ସେହିଭଳି କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୬୯ ଜଣ, କୋରାପୁଟରୁ ୪ ଜଣ, ମୟୂରଭଞ୍ଜରୁ ୪ ଜଣ, ନବରଙ୍ଗପୁରରୁ ୯ ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୮୬ ଜଣ, ପୁରୀରୁ ୯ ଜଣ, ସମ୍ବଲପୁରରୁ ୧୬ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୬୨ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ‌ହୋଇଛନ୍ତି । ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୪୧ ହଜାର ୭୭୨ରେ ପହଞ୍ଚିଛି । ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୭ ହଜାର ୨୧୨ ଜଣ। ଏବେ ବି ସକ୍ରିୟ ଅଛନ୍ତି ୨୮୬ ଜଣ । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।