ବାତ୍ୟା ଯୋଗୁଁ କମିଲା ଟେଷ୍ଟିଂ, କମିଲା ସଂକ୍ରମଣ । ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୪୭୧ ଆକ୍ରାନ୍ତ । ସେପଟେ ସୁସ୍ଥ ହେଲେ ୧୦୬୨

198

କନକ ବ୍ୟୁରୋ: ବାତ୍ୟା ଯୋଗୁଁ ରାଜ୍ୟରେ କମିଲା ଟେଷ୍ଟିଂ । ଟେଷ୍ଟିଂ କମିବା ଯୋଗୁଁ ଆଜି ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ କମିଛି । ଆଜି ଗୋଟିଏ ଦିନରେ ଭୁବନେଶ୍ୱରରୁ ଚିହ୍ନଟ ହୋଇଛନ୍ତି ୪୭୧ କରୋନା ଆକ୍ରାନ୍ତ । କ୍ୱାରାଣ୍ଟାଇନ ସେଣ୍ଟରୁ ୧୧୮ ଜଣ ଚିହ୍ନଟ ହୋଇଥିବା ବେଳେ ୩୫୩ ଲୋକାଲ କେସ ଚିହ୍ନଟ ହୋଇଛନ୍ତି । ସେହିପରି ୧୦୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଭୁବନେଶ୍ୱରର ମଞ୍ଚେଶ୍ୱର, ରସୁଲଗଡ, ହଂସପାଳ, ପାହାଳ, ସହିଦ ନଗର, ସତ୍ୟନଗର, ଝାରପଡା, ଖଣ୍ଡଗିରି, ପଟିଆ, ଜୟଦେବ ବିହାର, ନୟାପଲ୍ଲୀ, କଳ୍ପନା, ବମିଖାଲ, ବରମୁଣ୍ଡା, ଚିନ୍ତାମଣିଶ୍ୱର, ଏଜି କଲୋନୀ, ପଳାସପଲ୍ଲୀ, ପୋଖରୀପୁଟ, ଶୈଳଶ୍ରୀବିହାର, ସାମନ୍ତରାପୁର ଆଦି ଅଞ୍ଚଳରୁ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ଭୁବନେଶ୍ୱରରେ ୭୨,୩୫୪ରେ ପହଞ୍ଚିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସେହିପରି ୫୯,୯୦୮ ଜଣ ସୁସ୍ଥ ହୋଇ ଘରକୁ ଫେରଛନ୍ତି । ଆହୁରି ୧୨,୯୦୭ କରୋନା ପଜିଟିଭ ଭୁବନେଶ୍ୱରରେ ସକ୍ରିୟ ରହିଛନ୍ତି ।