କନକ ବ୍ୟୁରୋ : ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଧିବଦ୍ଧ ଭାବରେ ବିଜ୍ଞପ୍ତି ପାଇଲା ପ୍ରକାଶ । ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ପ୍ରକାଶ ପାଇଛି ଏହି ବିଜ୍ଞପ୍ତି । ୬ ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ ଆଜିଠାରୁ ୯ ତାରିଖ ପର୍ଯ୍ୟନ୍ତ ଏହିସବୁ ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ ପାଇଁ ଦିନ ଧାର୍ଯ୍ୟ କରାଯାଇଛି। ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ମୟୁରଭଞ୍ଜ (ଏସଟି) ଲୋକସଭା ଆସନ ସମେତ ବାଲେଶ୍ବର, ଭଦ୍ରକ (ଏସସି), ଯାଜପୁର (ଏସସି), କେନ୍ଦ୍ରାପଡ଼ା ଓ ଜଗତସିଂହପୁର (ଏସସି) ନିର୍ବାଚନ ମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେହିପରି ମୟୁରଭଞ୍ଜ ଲୋକସଭା ଆସନ ଅନ୍ତର୍ଗତ ଯଶୀପୁର (ଏସଟି), ସାରସକଣା (ଏସଟି), ରାଇରଙ୍ଗପୁର (ଏସଟି), ବାଙ୍ଗିରିପୋଷି (ଏସଟି), ଉଦଳା (ଏସଟି), ବାରିପଦା (ଏସଟି) ଓ ମୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହେବ।
/kanak/media/post_attachments/wp-content/uploads/2019/04/18981784711487502040158195526-750x360.jpg)
ସେହିପରି ଜଗତସିଂହପୁର ଲୋକସଭା ଆସନ ଅନ୍ତର୍ଗତ ନିଆଳି (ଏସସି), ପାରାଦୀପ, ତିର୍ତ୍ତୋଲ (ଏସସି), ବାଲିକୁଦା-ଏରସମା, ଜଗତସିଂହପୁର, କାକଟପୁର (ଏସସି) ଓ ନିମାପଡ଼ା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏପ୍ରିଲ ୧୦ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ଓ ୧୨ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଦିନ ଧାର୍ଯ୍ୟ କରାଯାଇଛି।