କନକ ବ୍ୟୁରୋ: ବାଲେଶ୍ୱର ସୋର ଅଞ୍ଚଳରେ ଭୟଙ୍କର ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ ଓ କୋଇଲା ବୋଝେଇ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛନ୍ତି । ଏହି ଦୁର୍ଘଟଣାରେ ଜଣେ ଶିଶୁ ସମେତ ୫ ଜଣଙ୍କ ମୃତ୍ୟୁ ଘଟିିଛି । ଏନଏଚ ବିଦୁ ଛକ ନିକଟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି । ଏଥିରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ବାଲେଶ୍ୱରରୁ ଭୁବନେଶ୍ୱର ଆସୁଥିବା ଘରୋଇ ବସ ଶାନ୍ତିଲତାକୁ ବିଦୁ ଛକ ନିକଟରେ ସାମ୍ନାରୁ ଧକ୍କା ଦେଇଥିଲା ଏକ ଟ୍ରକ । ଦୁର୍ଘଟଣା ପରେ ସ୍ଥାନୀୟ ଲୋକ ଓ ଅଗ୍ନୀଶମ ବାହିନୀ ଘଟଣାସ୍ଥଳରେ ଉଦ୍ଧାର କାମ ଆରମ୍ଭ କରିଥିଲେ । ତେବେ ବର୍ତ୍ତମାନ ସୁଦ୍ଧା ଉଦ୍ଧାର କାମ ଜାରି ରହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)
/kanak/media/post_attachments/wp-content/uploads/2022/01/39-11.jpg)