କରୋନା ନେଲା ଆଉ ୫ ଜୀବନ । କଟକ, ପୁରୀ, ଭୁବନେଶ୍ୱରରେ ଜଣେ ଲେଖାଏଁ ମୃତ । ଗଞ୍ଜାମରେ ୨ ଜଣଙ୍କର ମୃତ୍ୟୁ । ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୬୧ରେ ପହଂଚିଲା ।

349

କନକ ବ୍ୟୁରୋ :  ଆଜି ରାଜ୍ୟରେ ୫୭୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୫ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏମାନଙ୍କ ଭିତରୁ ୨ ଜଣ ମୃତକ ଗଞ୍ଜାମ ଜିଲ୍ଲାର, କଟକ ଓ ପୁରୀ ଜିଲ୍ଲାର ଜଣେ ଲେଖାଏଁ ଓ ଭୁବନେଶ୍ୱରର ଜଣେ ଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହା ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୧ରେ ପହଞ୍ଚିଛି ।

 

ଗଞ୍ଜାମ ଜିଲ୍ଲାରେ ଆଜି ୨ ଜଣଙ୍କ ମୃତ୍ୟୁ ଘଟିବା ପରେ ଏଠାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି ପାଇଛି । ସେହିପରି ଖୋର୍ଦ୍ଧାରେ କରୋନା ମୃତକଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଥିବା ବେଳେ କଟକରେ ୬ରେ ପହଞ୍ଚିଛି। ପୁରୀରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ସୁନ୍ଦରଗଡ଼, ବରଗଡ଼, ଅନୁଗୁଳ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ସେହିପରି ଅନ୍ୟାନ୍ୟ ରୋଗରେ ପୀଡ଼ିତ ରାଜ୍ୟରେ ୧୮ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି ।