ହୀରାକୁଦରେ ଖୋଲିଲା ଆଉ ୫ଟି ଗେଟ୍: ମୋଟ ୧୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ

112

କନକ ବ୍ୟୁରୋ: ରାଜ୍ୟରେ ଗତ କିଛି ଦିନ ହେଲା ଲଗାଣ ବର୍ଷା ଜାରି ରହିଛି । ଉପରମୁଣ୍ଡାରେ ବର୍ଷା ଯୋଗୁଁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି । ପାଣି ନିସ୍କାସନ ପାଇଁ ହୀରାକୁଦ ଡ୍ୟାମରେ ଆଉ ୫ଟି ଗେଟ୍ ଖୋଲାଯାଇଛି । ବର୍ତ୍ତମାନ ମୋଟ ୧୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦକୁ ପଶୁଛି ବନ୍ୟାଜଳ । ପ୍ରତି ସେକେଣ୍ଡକୁ ୨ ଲକ୍ଷ ୮୩ ହଜାର ୭୮୪ କ୍ୟୁସେକ ଜଳ ପ୍ରବେଶ କରୁଛି । ବର୍ତ୍ତମାନ ହୀରାକୁଦ ଜଳସ୍ତର ରହିଛି ୬୧୨.୯୩ ଫୁଟ । ବନ୍ୟାଜଳ ନିଷ୍କାସନ ହେଉଛି ୧ ଲକ୍ଷ ୯୧ ହଜାର ୫୭୪ କ୍ୟୁସେକ । ଏଥିପାଇଁ ୧୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରାଯାଇଛି ।