କନକ ବ୍ୟୁରୋ : ବିବାଦ ଭିତରେ ଆଜି ଦ୍ୱିତୀୟ ଦିନରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ବିକାଶ ପ୍ରକଳ୍ପର ସମୀକ୍ଷା କରିବେ ଫାଇଭ୍-ଟି ସଚିବ । ଭିକେ ପାଣ୍ଡିଆନ ଗଞ୍ଜାମ ଜିଲ୍ଲାର ଭଞ୍ଜନଗର, ସୋରାଡ଼ା ପରେ ପୋଲସରାରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ଏହା ପରେ ଖଲିକୋର୍ଟ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ସେ ଛାତ୍ରଛାତ୍ରୀ, ମିଶନ ଶକ୍ତି ମହିଳା ସମେତ ବିଭିନ୍ନ ବର୍ଗର ଲୋକଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।

Advertisment

ଗତକାଲି ପ୍ରଥମ ଦିନର ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା । ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ, ସଭାରେ ଯୋଗ ଦେବା ପାଇଁ ଯିବାକୁ ଉଦ୍ୟମ କରୁଥିବା ବେଳେ ବିଭିନ୍ନ ସ୍ଥାନରେ ବିରୋଧୀ ସାମ୍ନା କରିଥିଲେ ।