କନକ ବ୍ୟୁରୋ : ଦିନକୁ ଦିନ କରୋନା ସଂକ୍ରମଣ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଦିନକ ମଧ୍ୟରେ ରାଜ୍ୟରେ ୫୦ ହଜାରରୁ ଉର୍ଦ୍ଧ୍ୱ କୋଭିଡ୍ ନମୁନା ପରୀକ୍ଷା କରାଯାଇଛି । ଗତ କିଛି ଦିନ ହେବ ରାଜ୍ୟରେ ୫୦ ହଜାରରୁ କମ୍ ନମୁନା ପରୀକ୍ଷା କରାଯାଉଥିବା ଦେଖିବାକୁ ମିଳିଥିଲା । ସଂକ୍ରମଣ ସଂଖ୍ୟାରେ ମଧ୍ୟ ହ୍ରାସ ପାଉଥିବା ଦେଖିବାକୁ ମିଳିଥିଲା । ଚାରି ହଜାର ତଳେ ସାରା ରାଜ୍ୟରୁ ସଂକ୍ରମଣ ବାହାରୁଥିଲା ।
ମିଳିଥିବା ସୂଚନା ଅନୁଯାୟୀ, ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୫୦ ହଜାର ୧୪୭ କରୋନା ନମୁନା ପରୀକ୍ଷା କରାଯାଇଛି । ଏହି ନମୁନା ପରୀକ୍ଷା ଆରଟିପିସିଆର୍, ଆଣ୍ଟିଜେନ୍ ଓ ଟ୍ରୁନଟ୍ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ଆଣ୍ଟିଜେନ ପଦ୍ଧତିରେ ୪୩,୧୮୮, ଆରଟିପିସିଆରରେ ୬,୮୯୯ ଏବଂ ଟ୍ରୁନଟ୍ରେ ୬୦ଟି କରୋନା ନମୁନା ପରୀକ୍ଷା କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/08/13-16.jpg)