ରାଜଧାନୀରେ କମୁଛି ସଂକ୍ରମଣ, ବଢୁଛି ସୁସ୍ଥ ସଂଖ୍ୟା । ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୫୦୯ କରୋନା ଆକ୍ରାନ୍ତ । ସେପଟେ ସୁସ୍ଥ ହେଲେ ୯୨୬ ଜଣ

110

କନକ ବ୍ୟୁରୋ: ଭୁବନେଶ୍ୱରକୁ ଡରାଉଛି କରୋନା ଭୂତାଣୁ । ଆଜି ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି ୫୦୯ କରୋନା ଆକ୍ରାନ୍ତ । କ୍ୱାରାଣ୍ଟାଇନ ସେଣ୍ଟୃରୁ ୯୦ ଜଣ ଚିହ୍ନଟ ହୋଇଥିବା ବେଳେ ୪୧୯ ଲୋକାଲ କେସ ଚିହ୍ନଟ ହୋଇଛନ୍ତି । ସେହିପରି ୯୨୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଭୁବନେଶ୍ୱରର ମଞ୍ଚେଶ୍ୱର, ରସୁଲଗଡ, ହଂସପାଳ, ପାହାଳ, ସହିଦ ନଗର, ସତ୍ୟନଗର, ଝାରପଡା, ଖଣ୍ଡଗିରି, ପଟିଆ, ଜୟଦେବ ବିହାର, ନୟାପଲ୍ଲୀ, କଳ୍ପନା, ବମିଖାଲ, ବରମୁଣ୍ଡା, ଚିନ୍ତାମଣିଶ୍ୱର, ଏଜି କଲୋନୀ, ପଳାସପଲ୍ଲୀ, ପୋଖରୀପୁଟ, ଶୈଳଶ୍ରୀବିହାର, ସାମନ୍ତରାପୁର ଆଦି ଅଞ୍ଚଳରୁ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ଭୁବନେଶ୍ୱରରେ ୮୪୧୧୮ ପହଞ୍ଚିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସେହିପରି ୭୯୦୪୯ ଜଣ ସୁସ୍ଥ ହୋଇ ଘରକୁ ଫେରଛନ୍ତି । ଆହୁରି ୪,୬୭୧ କରୋନା ପଜିଟିଭ ଭୁବନେଶ୍ୱରରେ ସକ୍ରିୟ ରହିଛନ୍ତି ।