ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତନ ଉତ୍ସବ । ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ଉପରାଷ୍ଟ୍ରପତି, ଦେଶର ୫ ବିଶିଷ୍ଟ ବ୍ୟକ୍ତିଙ୍କୁ ଦିଆଯିବ ସମ୍ମାନଜନକ ଡିଲିଟ୍ ଉପାଧି ।

Advertisment
ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତନ ଉତ୍ସବ । ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ଉପରାଷ୍ଟ୍ରପତି, ଦେଶର ୫ ବିଶିଷ୍ଟ ବ୍ୟକ୍ତିଙ୍କୁ ଦିଆଯିବ ସମ୍ମାନଜନକ ଡିଲିଟ୍ ଉପାଧି ।

କନକ ବ୍ୟୁରୋ : ଆଜି ଉତ୍କଳ ବିଶ୍ୱବିଦ୍ୟାଳୟ ପାଳନ କରିବାକୁ ଯାଉଛି ୫୦ ତମ ସମାବର୍ତନ ଉତ୍ସବ । ସମାବର୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ । ସମାରୋହରେ ଅଧ୍ୟକ୍ଷତା କରିବେ ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ଗଣେଶୀ ଲାଲ । ସମ୍ମାନିତ ଅତିଥି ଭାବେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ଉତ୍ସବରେ ଦେଶର ପାଞ୍ଚ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନସୂଚକ ଡକ୍ଟରେଟ୍ ଦିଆଯିବ ।

ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, ସିଏଜି ଗିରୀଶ ଚନ୍ଦ୍ର ମୁର୍ମୁ, ଜଷ୍ଟିସ୍ ସଞ୍ଜୁ ପଣ୍ଡା, ଭାବା ଆଟମିକ୍ ରିସର୍ଚ୍ଚ ସେଂଟରର ନିର୍ଦ୍ଦେଶକ ଅଜିତ କୁମାର ମହାନ୍ତି, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଡକ୍ଟର ବିଜୟ କୁମାର ସାହୁଙ୍କୁ ସମ୍ମାନସୂଚକ ଡକ୍ଟରେଟ୍ ଦେବାକୁ ନିଷ୍ପତି ନେଇଛନ୍ତି ବିଶ୍ୱବିଦ୍ୟାଳୟ କର୍ତୃପକ୍ଷ । ସେହିପରି ୨୦୧୯-୨୦ ଶିକ୍ଷାବର୍ଷ ପାଇଁ ମୋଟ ୪୧ ଜଣଙ୍କୁ ପିଏଚଡି ଡିଗ୍ରୀ ଦିଆଯିବା ସହ ୯୦ ଜଣଙ୍କୁ ସ୍ୱର୍ଣ୍ଣପଦକ ପ୍ରଦାନ କରାଯିବ । ୨୦୧୮-୧୯ ଶିକ୍ଷାବର୍ଷ ପାଇଁ ୧୩୦ ଜଣଙ୍କୁ ପିଏଚଡି ଓ ଡିଲିଟ୍ ଡିଗ୍ରୀ ଦିଆଯିବା ସହ ୯୦ ଜଣଙ୍କୁ ସ୍ୱର୍ଣ୍ଣପଦକ ଦିଆଯିବ । କରୋନା କଟକଣା ସହ ପାଳନ ହେବ ଏହି ସମାରୋହ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe