ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୧୦ ପଜିଟିଭ୍ ଚିହ୍ନଟ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୭

50

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୯୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୧୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୯ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୩୩ ଜଣ, ଭଦ୍ରକରୁ ୯ ଜଣ, ବଲାଙ୍ଗୀରରୁ ୧, ବୌଦ୍ଧରୁ୧ ଜଣ, କଟକରୁ ୭୮ ଜଣ, ଗଜପତିରୁ ୭ ଜଣ, ଗଞ୍ଜାମରୁ ୧୨ ଜଣ, ଜଗତସିଂହପୁରରୁ ୨୨ ଜଣ, ଯାଜପୁରରୁ ୨୨ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୭ ଜଣ, କେଉଁଝରରୁ ୧ ଜଣ, କୋରାପୁଟରୁ ୩ ଜଣ, ମୟୁରଭଞ୍ଜରୁ ୧୪ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୨୦ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ୱଲପୁରରୁ ୯ ଜଣ, , ସୁନ୍ଦରଗଡ଼ରୁ ୩ ଜଣ ଓ ଷ୍ଟେଟ ପୁଲରୁ ୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୦, ୭୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୦୭,୦୬୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୪୯୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।