କନକ ବ୍ୟୁରୋ : ବର୍ତ୍ତମାନ ସମୟରେ ରାଜ୍ୟର କେତେକ ଅଞ୍ଚଳରେ ଆଖିଧରା ବ୍ୟାପିବରେ ଲାଗିଛି । ଗଜପତି ଜିଲ୍ଲାରେ ଏହି ରୋଗ ବ୍ୟାପିଥିବା ବେଳେ ମୋହନାର ଏକ ସରକାରୀ ଉଚ୍ଚ ବିଦ୍ୟାଳୟରେ ୫୩ ଜଣ ଛାତ୍ର ଏହି ରୋଗରେ ଆକ୍ରାନ୍ତ ହୋଇଛନ୍ତି । ୪ ଦିନ ହେଲା ମୋହନା ସରକାରୀ ଏସଏସଡି ହାଇସ୍କୁଲର ଛାତ୍ରାବାସରେ ଏହି ରୋଗ ବ୍ୟାପିବାରେ ଲାଗିଛି । ଆକ୍ରାନ୍ତ ଛାତ୍ର ମାନଙ୍କୁ ମୋହନା ମେଡ଼ିକାଲରେ ଚିକିତ୍ସା କରିବା ପରେ ଅଭିଭାବକ ମାନେ ସେମାନଙ୍କ ପିଲାମାନଙ୍କୁ ଘରକୁ ନେଇଯାଇଛନ୍ତି ।

Advertisment

ପ୍ରଥମେ ଆଖି କୁଣ୍ଡେଇ ହେବା ସହ ଆଖି ଲାଲ ପଡ଼ିଯାଉଛି । ଏହାପରେ ଆଖି ଫୁଲିଯାଉଥିବା ଦେଖିବାକୁ ମିଳୁଛି । ତେବେ ଏହି ରୋଗକୁ ପ୍ରତିରୋଧ କରିବା ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ମାର୍ଗଦର୍ଶିକା ଜାରି କରାଯାଇଛି । ବିଶେଷଜ୍ଞଙ୍କ ମତରେ ଏହା ଏକ ସଂକ୍ରାମକ ରୋଗ ତେଣୁ ଏଥିପାଇଁ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିବାକୁ ମାର୍ଗଦର୍ଶିକା ଜାରି କରିଛି ସ୍ୱାସ୍ଥ୍ୟ ବିଭାଗ ।

- ଆକ୍ରାନ୍ତ ବ୍ୟକ୍ତିଙ୍କ ରୁମାଲ୍, ତଉଲିଆ, ତକିଆ ବ୍ୟବହାର କରୁନ୍ତୁ ନାହିଁ
- ଆକ୍ରାନ୍ତ ବ୍ୟକ୍ତି ବ୍ୟବହାର କରିଥିବା ଆଇ-ଡ୍ରପ୍ ଅନ୍ୟମାନେ ବ୍ୟବହାର କରନ୍ତୁ ନାହିଁ
- ନିଜର ଚଷମା ନିୟମିତ ସଫା କରନ୍ତୁ
- ସୁଇମିଂ ପୁଲ, ପୋଖରୀ ଆଦିରେ ମୁହଁ ବୁଡାନ୍ତୁ ନାହିଁ
- କଣ୍ଟାକ୍ଟ ଲେନ୍ସ ବ୍ୟବହାରକାରୀ ନିଜର ଚକ୍ଷୁ ଚିକିତ୍ସକଙ୍କ ସହ ପରାମର୍ଶ କରି ସାବଧାନତା ଅବଲମ୍ବନ କରନ୍ତୁ
- ଆଖିରେ କୌଣସି ପ୍ରସାଧନ ସାମଗ୍ରୀ ବ୍ୟବହାର କରନ୍ତୁ ନାହିଁ
- ଆଖି ଧରିଲେ ପରିଷ୍କାର କପଡ଼ା ଉଷୁମପାଣିର ପକାଇ ଆଖିକୁ ପୋଛନ୍ତୁ
- ଆଖି ପୋଛା କପଡ଼ାକୁ ଗରମ ପାଣିରେ ଭିଜାଇବା ପରେ ନଷ୍ଟ କରିଦିଅନ୍ତୁ
- ଡାକ୍ତରଙ୍କ ବିନା ପରାମର୍ଶରେ କୌଣସି ଆଖି ଔଷଧ ବ୍ୟବହାର କରନ୍ତୁ ନାହିଁ
- ଆବାଶ୍ୟକ ହେଲେ ନିକଟସ୍ଥ ଡାକ୍ତରଖାନାକୁ ଯାଇ ଡାକ୍ତରଙ୍କ ପରାପର୍ଶ ନିଅନ୍ତୁ