୨୪ ଘଂଟାର କରୋନା ରିପୋର୍ଟ : ରାଜ୍ୟରେ ଗୋଟିଏ ଦିନରେ ୫୪୯ ପଜିଟିଭ

119

କନକ ବ୍ୟୁରୋ : ରାଜ୍ୟରେ ୫୪୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୩୧୮ ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ୨୩୧ଜଣ । ୧୮ ବର୍ଷରୁ କମ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ୭୦ଜଣ । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୦ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ୱରରୁ ୧୨ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ଜଣେ, କଟକରୁ ୫୦ ଜଣ, ଦେବଗଡ଼ରୁ ୮ ଜଣ, ଢେଙ୍କାନାଳରୁ ୬ ଜଣ, ଜଗତସିଂହପୁରରୁ ୯ ଜଣ, ଯାଜପୁରରୁ ୧୩ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୭ ଜଣ, କେରାପୁଟରୁ ୩ଜଣ,  ମୟୂରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୧୦ ଜଣ, ନୂଆପଡ଼ାରୁ ୬ ଜଣ, ପୁରୀରୁ ୯ ଜଣ, ରାୟଗଡ଼ାରୁ ଜଣେ, ସମ୍ୱଲପୁରରୁ ୧୬ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ ପୁଲରୁ ୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୯ ହଜାର ୮୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୨୬ ହଜାର ୭୭୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୪ ହଜାର ୬୭୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।