କନକ ବ୍ୟୁରୋ : ରାଜ୍ୟରେ ଗତ ୨୪ ଘଂଟାରେ ୫୫୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୩୨୪ ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ୨୩୨ ରହିଛି । ସେହିପରି ୧୮ ବର୍ଷରୁ କମ୍ ୮୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୩୦୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

Advertisment

ସେହିପରି ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୧୦ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୭ ଜଣ, କଟକରୁ ୪୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୧ ଜଣ, ଯାଜପୁରରୁ ୧୧ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, କେନ୍ଦୁଝରରୁ ୩ ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୧୫ ଜଣ, ପୁରୀରୁ ୧୨ ଜଣ, ସମ୍ୱଲପୁରରୁ ୧୭ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮ ଜଣ ଓ ଷ୍ଟେଟ ପୁଲରୁ ୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୫ ହଜାର ୯୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୨୨ ହଜାର ୭୮୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୪ ହଜାର ୮୪୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।