ରାଜ୍ୟରେ ରେକର୍ଡ଼ କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା : ଆଜି ରାଜ୍ୟରେ ସର୍ବାଧିକ ୫୬୧ କରୋନା ଆକ୍ରାନ୍ତ ଚିହ୍ନଟ , ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୮୩ ପଜିଟିଭ୍ ଚିହ୍ନଟ । 

4,186

କନକ ବ୍ୟୁରୋ : ରାଜ୍ୟରେ ଗୋଟିଏ ଦିନରେ ରେକର୍ଡ଼ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ । ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ ୫୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧୦୬କୁ ବୃଦ୍ଧି ପାଇଛି । ପ୍ରଥମ ଥର ପାଇଁ ଗୋଟିଏ ଦିନରେ ଏତେ ସଂଖ୍ୟାରେ ପଜିଟିଭ୍ ମାମଲା ଆସିଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୧୩୬ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୪୨୫ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି । ଏମାନଙ୍କ ଭିତରେ ଜଣେ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା ଏନଡିଆରଏଫ୍ କର୍ମଚାରୀ ଥିବା ଜଣାଯାଇଛି। ଆଜି ୧୯ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

ବରଗଡ଼ : ୨୧, ଭଦ୍ରକ : ୧ ,ବଲାଙ୍ଗୀର : ୧୯ , କଟକ : ୮୧ , ଢେଙ୍କାନାଳ : ୩ , ଗଞ୍ଜାମ : ୨୮୩ , ଜଗତସିଂହପୁର : ୬ , ଯାଜପୁର : ୩ , ଝାରସୁଗୁଡ଼ା : ୨ , କଳାହାଣ୍ଡି : ୫ , କେନ୍ଦ୍ରାପଡ଼ା : ୨ , କେନ୍ଦୁଝର : ୬ , ଖୋର୍ଦ୍ଧା : ୨୬ , କୋରାପୁଟ : ୪ , ମୟୁରଭଞ୍ଜ : ୧୦ , ପୁରୀ : ୧ , ରାୟଗଡ଼ା : ୭୬ , ସମ୍ବଲପୁର : ୮ , ସୁନ୍ଦରଗଡ଼ : ୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ରାଜ୍ୟରେ ମୋଟ୍ ୫୫୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୬୭ ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

Comments are closed.