କନକ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁନ୍ଦରଗଡରେ ୫୮୦.୮୨ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ସଂଯୋଗୀକରଣ ଠାରୁ ଆରମ୍ଭ କରି ଭିତ୍ତିଭୂମି ନିର୍ମାଣ, ଶିକ୍ଷା, ସ୍ବାସ୍ଥ୍ୟ, ଜୀବିକା, ପରିମଳ, ଜଳସେଚନ, ଶକ୍ତି, ମହିଳା ଓ ଶିଶୁବିକାଶ ଆଦି ବିଭିନ୍ନ କ୍ଷେତ୍ରରେ ନିର୍ମାଣ କାର୍ୟ୍ୟ କରାଯିବ।

Advertisment

ଏହି କାର୍ୟ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ ଯୋଗ ଦେଇ ସ୍ବାସ୍ଥ୍ୟ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ । ଓଡିଶାରେ ବିଶ୍ବସ୍ତରୀୟ ଚିକିତ୍ସା ସୁବିଧା, ମେଡିକାଲ କଲେଜ ପ୍ରତିଷ୍ଠା ଓ ବିଜୁ ସ୍ବାସ୍ଥ୍ୟ କାର୍ଡ ଭଳି ଅନନ୍ୟ କାର୍ୟ୍ୟକ୍ରମ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ। ରାଉରକେଲା ବିଧାୟକ ସାରଦା ନାୟକ ମଧ୍ୟ କାର୍ୟ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ବର ପ୍ରଶଂସା କରିଥିଲେ ।

ଏହାସହ ନବୀନ ପଟ୍ଟନାୟକ ଆଜି ରାଉରକେଲା ଠାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସୁନ୍ଦରଗଡ ଜିଲ୍ଲାବାସୀଙ୍କ ପାଇଁ ସ୍ମାର୍ଟ ହେଲଥ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ସ୍ମାର୍ଟ ହେଲଥ କାର୍ଡ ବଣ୍ଟନରେ ସୁନ୍ଦରଗଡ ହେଉଛି ଦ୍ବିତୀୟ ଜିଲ୍ଲା ।