କନକ ବ୍ୟୁରୋ: ଓଡିଶା ପାଇଁ ଖୁସି ଖବର । ୨୦୨୩ ମାର୍ଚ୍ଚ ସୁଦ୍ଧା ରାଜ୍ୟରେ ୫-ଜି ସେବା ଉପଲବ୍ଧ ହେବ । ଏହି ୫-ଜି ସେବା ଓଡ଼ିଶାର ୮ଟି ସହରରେ ଯୋଗାଇ ଦିଆଯିବ । ଏନେଇ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି ।
ଏହାସହ ଭୁବନେଶ୍ୱର ରେଳଷ୍ଟେସନ ହେବ ବିଶ୍ୱସ୍ତରୀୟ । ଖୁବଶୀଘ୍ର ଷ୍ଟେସନର ନବକଳେବର କରାଯିବ । ପ୍ଲାନିଂ, ଡିଜାଇନ୍ ସହ ଟେଣ୍ଡର ପ୍ରକ୍ରିୟା ଶେଷ ହୋଇଯାଇଛି । ଖୁବଶୀଘ୍ର ଭୂମି ପୂଜନ କରାଯାଇ କାମ ଆରମ୍ଭ କରାଯିବ । ଯେତେ ଶୀଘ୍ର ଭୂମି ପୂଜନ କରାଯାଇ କାମ ଆରମ୍ଭ କରିବାକୁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଅନୁରୋଧ କରିଛନ୍ତି ଅଶ୍ୱିନୀ ବୈଷ୍ଣବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2022/10/25-5.jpg)