ଓଡିଶାରେ ୫ଜି ସେବା : ଶୁଭାରମ୍ଭ କଲେ କେନ୍ଦ୍ର ଆଇଟି ମନ୍ତ୍ରୀ; ୫-ଜିରୁ ମିଳିବ କ’ଣ ଲାଭ ?

264

କନକ ବ୍ୟୁରୋ : ଓଡିଶାରେ ୫ଜି ସେବାର ଶୁଭାରମ୍ଭ । ଶୁଭାରମ୍ଭ କଲେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦଘାଟନୀ ଉତ୍ସବରେ ସାମିଲ ହୋଇଛନ୍ତି । ତେବେ ପ୍ରଥମ ପର୍ଯ୍ୟାୟରେ ଟ୍ୱିନସିଟିରେ ୫ଜି ଯୋଡି ହୋଇଛି । ପରବର୍ତ୍ତୀ ପର୍ଯ୍ୟାୟରେ ୫ଟି ସହରରେ ଏହି ସେବା ଆରମ୍ଭ ହେବ ।

୫-ଜି ସେବା ପାଇଁ ରିଲାଏନ୍ସ ଏବଂ ଏୟାରଟେଲ ପକ୍ଷରୁ ୫୧୦ଟି ବିଟିଏସ୍ ବିଭିନ୍ନ ସହରରେ ସ୍ଥାପନ କରାଯାଇଛି । ୫-ଜି ସେବା ଆରମ୍ଭ ହେଲେ ଟେଲିକମ୍ ଓ ଇଣ୍ଟରନେଟ୍ ଗ୍ରାହକମାନେ ଉନ୍ନତମାନର ସେବା ପାଇବେ । ଦେଶରେ ଗତବର୍ଷ ଅକ୍ଟୋବର ପହିଲାରେ ୫- ଜି ସେବା ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଥିବା ବେଳେ ଆଜି ଓଡ଼ିଶାରେ ଆରମ୍ଭ ହୋଇଛି ପଞ୍ଚମ ଜେନେରେସେନ୍ ମୋବାଇଲ୍ ନେଟୱର୍କ । ୫- ଜି ସେବା ଆରମ୍ଭ ହେଲେ ଟେଲିକମ୍ ଓ ଇଣ୍ଟରନେଟ୍ ଗ୍ରାହକମାନେ ଉନ୍ନତମାନର ସେବା ପାଇବେ ।

୫-ଜିରୁ କ’ଣ ମିଳିବ ଲାଭ ?

– ୫-ଜିରେ ଆଖି ପିଛୁଳାକେ ଖୋଲିଯିବ ୱେବପେଜ୍
– ୫-ଜିର ସ୍ପିଡ୍ ବର୍ତ୍ତମାନର ସ୍ପିଡଠାରୁ ଢେର ଅଧିକ ହେବ
– ୫ଜିରେ ଅତି କମ୍ ସମୟରେ ଫଟୋ ଓ ଭିଡିଓ ଡାଉନ୍ଲୋଡ କିମ୍ବା ଅପ୍ଲୋଡ କରିହେବ
– ଏକାଧିକ ଡିଭାଇସକୁ ଇଣ୍ଟରନେଟ୍ ସହ ଯୋଡାଯାଇ ପାରିବ
– ୫-ଜି ନେଟୱର୍କର ସ୍ପିଡ୍ ୧ ସେକେଣ୍ଡରେ ୨୦ ଜିବି ପର୍ଯ୍ୟନ୍ତ ହେବ
– ହାଇସ୍ପିଡ୍ ଇଣ୍ଟରନେଟ୍ ଯୋଗୁ ଭିଡିଓ କଲ୍ କରିବା ଆହୁରି ସହଜ ହେବ
– ୫- ଜି ନେଟୱର୍କରେ ମାତ୍ର ୫ରୁ ୬ ସେକେଣ୍ଡରେ ପୂରା ଫିଲ୍ମ ଡାଉନଲୋଡ୍ ହୋଇପାରିବ
– ଅତି ସହଜରେ ଅନଲାଇନରେ ପାଠ ପଢ଼ିପାରିବେ ପିଲା
– ୫-ଜି ଆସିଲେ ଅନଲାଇନ୍ କାମ ଆହୁରି ଶୀଘ୍ର ହୋଇପାରିବ
– ଇଣ୍ଟରନେଟ୍ କଲରେ ଟୋନ କଟିବ ନାହିଁ