ଏସସିବି ସମ୍ପ୍ରସାରଣ କାର୍ଯ୍ୟର ତଦାରଖ କଲେ ଫାଇଭ୍-ଟି ସଚିବ : ତାଳଦଣ୍ଡା କେନାଲ ଅତ୍ୟାଧୁନିକୀକରଣ କାର୍ଯ୍ୟ ବୁଲି ଦେଖିଲେ

113

କନକ ବ୍ୟୁରୋ : ଆଜି କଟକ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନ ମୂଳକ କାମର ସମୀକ୍ଷା କରିଛନ୍ତି ଫାଇଭ୍-ଟି ସଚିବ ଭି.କେ ପାଣ୍ଡିଆନ୍ । ଆଜି କଟକର ତାଳଦଣ୍ଡା କେନାଲ ଏବଂ ନେତାଜୀ ବସ୍ ଟର୍ମିନାଲ ସାଇଟ ଗସ୍ତ କରି ଏହାର କାମର ସମୀକ୍ଷା କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ତାଳଦଣ୍ଡା କେନାଲର ୧.୫୫ କିମି ଲମ୍ବର ନବୀକରଣ କାମ ଶେଷ ହୋଇଯାଇଛି । ତାଳଦଣ୍ଡା କେନାଲର ଉଭୟ ପାର୍ଶ୍ବ ଜାତୀୟ ରାଜପଥ ଯାଏଁ ୩.୫୫ କିମି ଯାଏଁ ନବୀକରଣ କରାଯିବ ।

ଆଗାମୀ ୧୦ ଦିନ ମଧ୍ୟରେ ଏହି କାମ ପାଇଁ କେଉଁ ଲୋକମାନଙ୍କୁ ସ୍ଥାନାନ୍ତର କରାଯିବ ତାହାର ତାଲିକା ପ୍ରଦାନ କରିବାକୁ ଫାଇଭ୍ ଟି ସଚିବ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି କଟକ ଏସସିବି ମେଡିକାଲ କଲେଜ ଏବଂ ଡାକ୍ତରଖାନାର ଉନ୍ନତିମୂଳକ କାମ ମଧ୍ୟ ତଦାରଖ କରିଛନ୍ତି ଫାଇଭ୍-ଟି ସଚିବ । ଏହି ଗସ୍ତ କାଳରେ ଫାଇଭ୍-ଟି ସଚିବ ଭି.କେ ପାଣ୍ଡିଆନଙ୍କ ସହିତ ପୂର୍ତ୍ତ ସଚିବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର ଭିନିଲ କ୍ରୀଷ୍ଣା, ଆରଡିସି, ସିଏମସି କମିଶନର ଏବଂ ବରିଷ୍ଠ ଅଧିକାରୀ ସାମିଲ ହୋଇଥିଲେ ।

Comments are closed.