ଓଡିଶାରେ ୬ କେନ୍ଦ୍ରମନ୍ତ୍ରୀ : ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ

281

କନକ ବ୍ୟୁରୋ : ଓଡିଶାରେ ୬ କେନ୍ଦ୍ରମନ୍ତ୍ରୀ । ମୋଦୀ ସରକାରର ଦୁଇ ଜଣ କ୍ୟାବିନେଟ ମନ୍ତ୍ରୀ ଏବଂ ୪ ରାଷ୍ଟ୍ରମନ୍ତ୍ରୀ ଏବେ ଓଡିଶାରେ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପୋଷ୍ଟ ବଜେଟ ଆଲୋଚନା କାର୍ଯ୍ୟକ୍ରମ ଗସ୍ତରେ ଥିବା ବେଳେ ତାଙ୍କ ସହିତ ରହିଛନ୍ତି ଅର୍ଥ ମନ୍ତ୍ରାଳୟର ରାଷ୍ଟ୍ର ମନ୍ତ୍ରୀ ପଙ୍କଜ ଚୌଧୁରୀ ।

ଆଜି ହୋଟେଲ ‘ମେ ଫେୟାର’ରେ ଆୟୋଜିତ ପୋଷ୍ଟ ବଜେଟ ଆଲୋଚନା ଚକ୍ରରେ ଭାଗ ନେବେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଦୁଇ ଦିନିଆ ଓଡିଶା ଗସ୍ତରେ ଆସି ସେ ଗତକାଲି ଭୁବନେଶ୍ୱରରେ ପହଞ୍ଚିଛନ୍ତି । ମେ ଫେୟାରରେ ପୋଷ୍ଟ ବଜେଟ କାର୍ଯ୍ୟକ୍ରମ ପରେ ସେ ଖୋର୍ଦ୍ଧା ଅରୁଗୁଳ ସ୍ଥିତି ଆଇଆଇଟିକୁ ଯିବେ । ସେଠାରେ ସେ ଛାତ୍ରଛାତ୍ରୀଙ୍କ ସହ ବଜେଟ ପ୍ରସଙ୍ଗରେ ଆଲୋଚନା କରିବେ ।

ସେହିପରି କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୬ ରାଜ୍ୟର ଶିକ୍ଷା ସଚିବଙ୍କ ସହ ବୈଠକ କରିବେ । ଏବଂ ପଞ୍ଚାୟତିରାଜ ମନ୍ତ୍ରଣାଳୟର ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ । ଜଗତସିଂହପୁର ଲୋକସଭା ପ୍ରବାସ କାର୍ଯ୍ୟକ୍ରମରେ ଯୋଗଦେବାକୁ କେନ୍ଦ୍ର ରେଳ, ବୟନ ଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଦର୍ଶନା ଜରଦୋଶା ଆସିଛନ୍ତି । ଏକ ଘରୋଇ ବିଶ୍ୱବିଦ୍ୟାଳୟର କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିଛନ୍ତି ପଞ୍ଚାୟତିରାଜ ମନ୍ତ୍ରାଳୟର ରାଷ୍ଟ୍ରମନ୍ତ୍ରୀ କେ.ଏମ ପାଟିଲ । କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଓଡିଶା ଆସିଛନ୍ତି ।