ଟ୍ରେନରେ କଟି ୬ ଶ୍ରମିକଙ୍କ ମୃତ୍ୟୁ ଘଟଣା: ମୃତକଙ୍କ ନିକଟତମ ଆତ୍ମୀୟଙ୍କୁୁ ୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା

ଟ୍ରେନରେ କଟି ୬ ଶ୍ରମିକଙ୍କ ମୃତ୍ୟୁ ଘଟଣା: ମୃତକଙ୍କ ନିକଟତମ ଆତ୍ମୀୟଙ୍କୁୁ ୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା

କନକ ବ୍ୟୁରୋ: ଆଜି ଅପରାହ୍ନରେ ଯାଜପୁର ରୋଡ ଷ୍ଟେସନରେ ଟ୍ରେନରେ କଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଦୁର୍ଘଟଣାରେ ଆହତ ଦୁଇ ଜଣଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe