ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି ।
ସ୍ବାସ୍ଥ୍ୟ ମନ୍ତ୍ରାଳୟର ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟାରେ ଦେଶରେ ୬୦,୪୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୭୫ ଦିନରେ ଏହା ସର୍ବନିମ୍ନ ଦୈନିକ ସଂକ୍ରମଣ । ଏହା ଫଳରେ ଦେଶରେ ମୋଟ ଆକ୍ରାନ୍ତ ସଂଖ୍ୟା ୨ କୋଟି ୯୫ ଲକ୍ଷକୁ ବୃଦ୍ଧି ପାଇଛି । ଏହି ୨୪ ଘଣ୍ଟାରେ ଦେଶରେ ୨୭୨୬ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।ଫଳରେ ଦେଶର ମୋଟ ମୃତ୍ୟୁସଂଖ୍ୟା ୩୭୭୦୩୧କୁ ବୃଦ୍ଧି ପାଇଛି ।
ଅନ୍ୟପକ୍ଷରେ ଗତ ୧୪ ଘଣ୍ଚାରେ ଦେଶରେ ପ୍ରାୟ ୧,୧୭,୫୨୫ ଜଣ ସୁସ୍ଥ ହୋଇଛନ୍ତି । ଏହା ଫଳରେ ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୨ କୋଟି ୮୨ ଲକ୍ଷକୁ ବୃଦ୍ଧି ପାଇଛି ଓ ଆରୋଗ୍ୟ ହାର ୯୫.୬୪ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ସହିତ ଦେଶର ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୧୩ ହଜାର ୩୭୮କୁ ହ୍ରାସ ପାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/06/1585367442_yC03Ww_Self_care_during_Corona.jpg)