ରାଜ୍ୟରେ ଆଉ ୧୧୦ ପିଲା କରୋନାରେ ଆକ୍ରାନ୍ତ : ୨୪ ଘଣ୍ଟାରେ ୬୩୮ ପଜିଟିଭ ଚିହ୍ନଟ; ଖୋର୍ଦ୍ଧାରୁ ସର୍ବାଧିକ ୨୬୦

142

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୬୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୭୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୧୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୦ ଜଣ ଚିହ୍ନଟ ହୋଇଛନ୍ତି ।

ସେହିଭଳି ଅନୁଗୁଳରୁ ୧୬ ଜଣ, ବାଲେଶ୍ୱରରୁ୨୩ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ୧୨ ଜଣ, ବୌଦ୍ଧରୁ ୧୨ ଜଣ, କଟକରୁ ୫୭ ଜଣ, ଦେବଗଡ଼ରୁ ୧୧ ଜଣ, ଢେଙ୍କାନାଳରୁ ୧୦ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୧୯ ଜଣ, ଯାଜପୁରରୁ ୩୪ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୨୧ ଜଣ, କେଉଁଝରରୁ ୨ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୨୦ ଜଣ, ନୟାଗଡ଼ରୁ ୭ ଜଣ, ପୁରୀରୁ ୨୧ ଜଣ, ରାୟଗଡ଼ାରୁ ୭ ଜଣ, ସମ୍ୱଲପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟ ପୁଲରୁ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେପଟେ ଆଉ ୬୮ ମୃତ୍ୟୁର ହିସାବ ଦେଇଛନ୍ତି ସରକାର । ଏହା ଭିତରେ କଟକରୁ ସର୍ବାଧିକ ୨୨ ଜଣଙ୍କ ଜୀବନ ଯାଇଛି । ଅନୁଗୁଳ ଜିଲ୍ଲାରୁ ୧୧ ଓ ଜଗତସିଂହପୁର ଜିଲ୍ଲାରୁ ୮ ଜଣ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ପ୍ରାଣ ହରାଇଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ, ବାଲେଶ୍ବର ଜିଲ୍ଲାରୁ ୫ ଜଣ ଓ ଢେଙ୍କାନାଳ ଜିଲ୍ଲାରୁ ୪ ଜଣଙ୍କର ପ୍ରାଣହାନି ଘଟିଛି । ଅପରପକ୍ଷରେ ପୁରୀ ଏବଂ ଭଦ୍ରକ ଜିଲ୍ଲାରୁ ୩ ଜଣ ଲେଖାଏଁ, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଥବା ଜଣାଯାଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୦୭, ୭୫୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୯, ୯୨, ୪୭୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୭, ୨୫୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।