ରାଜ୍ୟରେ ଚିହ୍ନଟ ହେଲେ ୬୪୨ଜଣ କରୋନା ଆକ୍ରାନ୍ତ, ୧୪ମୃତ : ସଂଗରୋଧ କେନ୍ଦ୍ରରୁ ୩୭୪ ଓ ସ୍ଥାନୀୟ ଅଞ୍ଚଳରୁ ୨୬୮

164

କନକ ବ୍ୟୁରୋ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୬୪୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୭୪ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୬୮ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୫ ହଜାର ୨୭୧ ଛୁଇଁଛି । ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୬ହଜାର ୭୨୬ଜଣ। ଏବେ ବି ସକ୍ରିୟ ଅଛନ୍ତି ୬ ହଜାର ୮୨୧ ଜଣ । ଏପଟେ କରୋନାରେ ପୁଣି ୧୪ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୧,୬୭୧ରେ ପହଞ୍ଚିଲା ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୨୫ ଜଣ, ବରଗଡ଼ରୁ ୧୫ ଜଣ, ଭଦ୍ରକରୁ ୨୦ଜଣ, ବଲାଙ୍ଗୀରରୁ ୧୬ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୨୬ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୧୬ ଜଣ, ଗଜପତିରୁ ୨, ଗଞ୍ଜାମରୁ ୬ ଜଣ, ଜଗତ୍‌ସିଂହପୁରରୁ ୧୮ ଜଣ, ଯାଜପୁରରୁ ୧୫ ଜଣ, ଝାରସୁଗୁଡ଼ାରୁ ୨୧ ଜଣ, କଳାହାଣ୍ଡିରୁ ୭ଜଣ, କନ୍ଧମାଳରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୧୬ ଜଣ, କେନ୍ଦୁଝରରୁ ୭୦ ଜଣ, ଖୋର୍ଦ୍ଧାରୁ ୬୨ ଜଣ, ମାଲକାନଗିରିରୁ ୪ ଜଣ, ମୟୂରଭଞ୍ଜରୁ ୪୧ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୬୯ ଜଣ, ପୁରୀରୁ ୧୭ ଜଣ, ରାୟଗଡ଼ାରୁ ୫ ଜଣ, ସମ୍ବଲପୁରରୁ ୧୯ ଜଣ, ସୁନ୍ଦରଗଡ଼ରୁ ୬୬ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।