କନକ ବ୍ୟୁରୋ : ରାଜଧାନୀ ଭୁବନେଶ୍ୱରରୁ ଆଜି ମୋଟ୍ ୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୧୪ ଜଣ ସଂଗରୋଧ ଓ ୫୪ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୧୧୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସୂଚନା ଅନୁସାରେ ଭୁବନେଶ୍ୱରରୁ ଆଜି ପର୍ୟ୍ୟନ୍ତ ୨୯ ହଜାର ୫୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୮ ହଜାର ୩୯୫ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୯୩୧ ଜଣ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୭୫ ଜଣଙ୍କର ମୃତ୍ୟୁ ହୋଇଛି।
ସଂଗରୋଧରୁ ଚିହ୍ନଟ କରୋନା ପଜିଟିଭ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିଲେ। ଆଜି ପଟିଆରୁ ୭ ଜଣ, ପୁରୁଣା ଭୁବନେଶ୍ୱରରୁ ୫ ଜଣ, ଚନ୍ଦ୍ରଶେଖରପୁର, ସୂର୍ୟ୍ୟନଗରରୁ ୩-୩ ଜଣ, ଭୀମଟାଙ୍ଗୀ, ଶ୍ୟାମପୁର, ରସୁଲଗଡ଼, ନ୍ୟୁ ଫରେଷ୍ଟପାର୍କ, ଆଇଆରସି ଭିଲେଜରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)
/kanak/media/post_attachments/wp-content/uploads/2020/09/30-11.jpg)