ବାଜି ବ୍ରଜରାଜନଗର : ଷଷ୍ଠ ରାଉଣ୍ଡରେ ଆଗରେ ବିଜେଡି, ପଛରେ ବିରୋଧୀ

164

କନକ ବ୍ୟୁରୋ : ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି । ଟ୍ରେଣ୍ଡ ପରେ ଟ୍ରେଣ୍ଡ ସାମ୍ନାକୁ ଆସିବାରେ ଲାଗିଛି । ଲଗାତାର ଷଷ୍ଠ ରାଣ୍ଡରେ ମଧ୍ୟ ବିଜେପି ପ୍ରାର୍ଥୀ ଅଳକା ମହାନ୍ତି ଆଗରେ ରହିଛନ୍ତି । ଷଷ୍ଠ ରାଉଣ୍ଡ ଟ୍ରେଣ୍ଡ ଅନୁସାରେ, ବିଜେଡି ପ୍ରାର୍ଥୀ ଅଳକା ମହାନ୍ତିଙ୍କୁ ୫୧୫୫, କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କୁ ୧୭୭୮ ଓ ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କୁ ୧୦୦୨ ଖଣ୍ଡ ଭୋଟ ମିଳିଛି । ଷଷ୍ଠ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ୨୯,୮୮୮ ଖଣ୍ଡ ଭୋଟ ପାଇଛନ୍ତି ।

 ସେହିପରି ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କୁ ୭ ହଜାର ୬୩୬ ଭୋଟ୍ ମିଳିଛି । ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କୁ ୬ ହଜାର ୪୯୮ ଭୋଟ୍ ମିଳିଛି । ଭୋଟ୍ ଗଣତି ପାଇଁ ୧୪ଟି ଟେବୁଲର ବ୍ୟବସ୍ଥା କରାଯାଇଛି । ୨୭୯ଟି ବୁଥ୍ ଥିବାରୁ ୨୦ ରାଉଣ୍ଡରେ ଗଣତି ଶେଷ ହେବ ବୋଲି ଜଣାପଡ଼ିଛି । ପ୍ରତି ଟେବୁଲରେ ୩ଜଣ କର୍ମଚାରୀଙ୍କୁ ଗଣିବା ପାଇଁ ନିୟୋଜିତ କରାଯାଇଛି । କାଉଣ୍ଟିଂ ଏଜେଣ୍ଟମାନଙ୍କ ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି । ପ୍ରତି ରାଉଣ୍ଡ ପରେ ଜନସାଧାରଣଙ୍କ ଅବଗତି ନିମନ୍ତେ ମାଇକ ଯୋଗେ ଏହାକୁ ଘୋଷଣା କରାଯାଉଛି ।