ଲଗାତର ଦ୍ୱିତୀୟ ଦିନ ପାଇଁ ରାଜ୍ୟରେ ହଜାରେ ତଳେ ସଂକ୍ରମଣ : ୨୪ଘଂଟାରେ ୭୨୦ ଆକ୍ରାନ୍ତ ଚିହ୍ନଟ; ୧୮ ବର୍ଷ ମଧ୍ୟରେ ଆଉ ୯୬ ପଜିଟିଭ

123

କନକ ବ୍ୟୁରୋ : ପୁଣି ରାଜ୍ୟରେ ହଜାରେ ତଳେ କରୋନା ସଂକ୍ରମଣ । ୨୪ ଘଂଟା ଭିତରେ ୭୨୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୨୧ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୯୯ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସର୍ବାଧିକ ସଂକ୍ରମିତଙ୍କ ତାଲିକାରେ ପ୍ରଥମରେ ରହିଛି ଖୋର୍ଦ୍ଧା । ଖୋର୍ଦ୍ଧାରୁ ୨୭୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି ଅନୁଗୁଳରୁ ୧୫ ଜଣ, ବାଲେଶ୍ୱରରୁ ୧୯ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୨୨ ଜଣ, ବଲାଙ୍ଗୀରରୁ ୪ ଜଣ,ବୌଦ୍ଧରୁ ୧, କଟକରୁ ୯୧ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୧୫ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୩୩ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ୫ ଜଣ, କନ୍ଧମାଳରୁ ୯ ଜଣ, କେନ୍ଦ୍ରାପଡ଼ାରୁ ୧୨ ଜଣ, କେଉଁଝରରୁ ୧୧ ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୨୯ ଜଣ, ନବରଙ୍ଗପୁରୁ ୧, ନୟାଗଡ଼ରୁ ୧୮ ଜଣ, ନୂଆପଡ଼ାରୁ ୨, ପୁରୀରୁ ୧୬ ଜଣ, ରାୟଗଡ଼ାରୁ ୮ ଜଣ, ସମ୍ୱଲପୁରରୁ ୬ ଜଣ, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୧୧ ଓ ଷ୍ଟେଟ ପୁଲରୁ ୬୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୮ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର । ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୦୨୧କୁ ବୃଦ୍ଧି ପାଇଛି । ସୂଚନା ଅନୁଯାୟୀ, ଏହି ୬୮ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୧୪ ଅଛନ୍ତି । ଏହାଛଡ଼ା ଜଗତସିଂହପୁର ଓ ଅନୁଗୁଳ ଜିଲ୍ଲାରୁ ୮ ଜଣ ଲେଖାଏଁ, ଯାଜପୁର ଜିଲ୍ଲାରୁ ୭ ଜଣ,  ବାଲେଶ୍ବର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ, ଢେଙ୍କାନାଳ ଓ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ ଲେଖାଏଁ, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ଜିଲ୍ଲାରୁ ୩ ଜଣ ଲେଖାଏଁ ଏବଂ ମୟୂରଭଞ୍ଜ, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି ।

ତେବେ ୨୪ଘଂଟା ଭିତରେ ୫୦ହଜାର ୭୨୭ଟି ନମୁନା ପରୀକ୍ଷା ହୋଇଥିବା ବେଳେ ପଜିଟିଭ ହାର ରହିଛି ୧ ଦଶମିକ ୪୧ ପ୍ରତିଶତ । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୯୬ ହଜାର ୧୫୩କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୯ ଲକ୍ଷ ୭୯ ହଜାର ୪୦୭ ଜଣ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ୯ହଜାର ୬୭୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।