କନକ ବ୍ୟୁରୋ : ରାଜଧାନୀ ଭୁବନେଶ୍ୱରରୁ ଆଜି ମୋଟ୍ ୭୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୧୪ ଜଣ ସଂଗରୋଧ ଓ ୬୧ ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୧୪୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
Kanak News is now on WhatsApp
Join and get latest news updates delivered to you via WhatsApp
ସୂଚନା ଅନୁସାରେ ଭୁବନେଶ୍ୱରରୁ ଆଜି ପର୍ୟ୍ୟନ୍ତ ୨୯ ହଜାର ୪୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୮ ହଜାର ୨୮୦ ଜଣ ସୁସ୍ଥ ହୋଇସାରିଛନ୍ତି । ଏବେ ୯୮୧ ଜଣ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୭୨ ଜଣଙ୍କର ମୃତ୍ୟୁ ହୋଇଛି ।
ସଂଗରୋଧରୁ ଚିହ୍ନଟ କରୋନା ପଜିଟିଭ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିଲେ। ଆଜି ପଟିଆରୁ ୬ ଜଣ, ୟୁନିଟ-୬, ଝାରପଡ଼ା, ଆଇଆରସି ଭିଲେଜରୁ ୪ ଜଣ ଲେଖାଏଁ ନୟାପଲ୍ଲୀ, ଟଙ୍କପାଣିରୋଡ, ବମିଖାଲ, ୟୁନିଟ-୮ରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।