ରାଜ୍ୟରେ ପୁଣି ୧୦୮ ପିଲାଙ୍କୁ କରୋନା : ଗତ ୨୪ ଘଣ୍ଟା ଭିତରେ ୭୫୪ ନୂଆ ଆକ୍ରାନ୍ତ ଚିହ୍ନଟ

147

କନକ ବ୍ୟୁରୋ : ରାଜ୍ୟରେ ପୁଣି ୧୦୮ ପିଲାଙ୍କୁ କରୋନା । ଗତ ୨୪ ଘଣ୍ଟା ଭିତରେ ୭୫୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୩୮ ଜଣ ସଂଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୩୧୬ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୨୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୬ ଜଣ, ବାଲେଶ୍ୱରରୁ ୪୩ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୭ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୧୧୦ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୯ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୫ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୯ ଜଣ, କେଉଁଝରରୁ ୧୬ ଜଣ, ମାଲକାନଗିରିରୁ ୯ ଜଣ, ମୟୁରଭଞ୍ଜରୁ ୨୩ ଜଣ, ନବରଙ୍ଗପୁରୁ ୨ ଜଣ, ନୟାଗଡ଼ରୁ ୧୩ ଜଣ, ପୁରୀରୁ ୨୮ ଜଣ, ରାୟଗଡ଼ାରୁ ୯ ଜଣ, ସମ୍ୱଲପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୨୬ଜଣ ଓ ଷ୍ଟେଟ ପୁଲରୁ ୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

୨୪ଘଂଟା ଭିତରେ ୬୬ହଜାର ୬୮୮ ନମୂନା ପରୀକ୍ଷା ହୋଇଛି । ପଜିଟିଭ ହାର ରହିଛି ୧ ଦଶମିକ ୧୩ ପ୍ରତିଶତ । ତେବେ ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୯ ହଜାର ୨୨୩କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୯ଲକ୍ଷ ୯୩ ହଜାର ୯୦୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭ହଜାର ୨୪୧ ରହିଛି ।