ରାଜ୍ୟରେ ଆଉ ୧୦୧ ଜଣ ପିଲାଙ୍କୁ କରୋନା : ୨୪ଘଂଟାରେ ୭୬୧ କରୋନା ପଜିଟିଭ ଚିହ୍ନଟ, ୬୮ ମୃତ

547

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୪୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୦୧ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୬ ଜଣ, ବାଲେଶ୍ୱରରୁ ୫୨ ଜଣ, ବରଗଡ଼ରୁ ୧୮ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧ ଜିଲ୍ଲାରୁ ୧ ଜଣ, କଟକରୁ ୧୧୭ ଜଣ, ଦେବଗଡ଼ରୁ ୧୨ ଜଣ, ଢେଙ୍କାନାଳରୁ ୧୨ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୮ ଜଣ, ଯାଜପୁରରୁ ୩୫ ଜଣ, ଝାରସୁଗୁଡ଼ାରୁ ୧ ଜଣ, କନ୍ଧମାଳରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୧୫ ଜଣ, କେଉଁଝରରୁ ୫ ଜଣ, ମାଲକାନଗିରିରୁ ୨ ଜଣ, ମୟୁରଭଞ୍ଜରୁ ୨୪ ଜଣ, ନୟାଗଡ଼ରୁ ୧୨ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୫ ଜଣ, ସମ୍ୱଲପୁରରୁ ୨୦ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୦ ଓ ଷ୍ଟେଟ ପୁଲରୁ ୮୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧ ହଜାର ୬୯୮କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୯ଲକ୍ଷ ୮୫ ହଜାର ୩୦୨ ଜଣ ସୁସ୍ଥ ହୋଇଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୮ହଜାର ୯୧୭ରହିଛି । ୬୦ ହଜାର ୭୯୧ ନମୁନା ପରୀକ୍ଷା ହୋଇଥିବା ବେଳେ ପଜିଟିଭ ହାର ୧ ଦଶମିକ ୨୫ ପ୍ରତିଶତ ରହିଛି । ଆଜି ପୁଣି ୬୮ ମୃତ୍ୟୁର ହିସାବ ଦେଇଛନ୍ତି ସରକାର । ସୂଚନା ଅନୁଯାୟୀ, ଏହି ୬୮ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୧୭ ଜଣ ଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ୧୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮, ଯାଜପୁର ଜିଲ୍ଲାରୁ ୬ ଜଣ ଓ ଢେଙ୍କାନାଳରୁ ୯ ଜଣ ଆକ୍ରାନ୍ତ ଅଛନ୍ତି। ବାଲେଶ୍ବର ଜିଲ୍ଲାରୁ ୩, ଯାଜପୁର, ପୁରୀ ଜିଲ୍ଲାରୁ ୨ ଜଣ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି । ଅପରପକ୍ଷରେ ଭଦ୍ରକ, କେନ୍ଦୁଝର, ଝାରସୁଗୁଡ଼ା ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଥିବା ଜଣାଯାଇଛି ।