ତାଲାବନ୍ଦ ସମୟରେ ଜାରି ରହିବ କୃଷି କାର୍ଯ୍ୟ । ସାମାଜିକ ଦୂରତା ରକ୍ଷା କରି କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ । ବନ୍ଦ ରହିବନି ନରେଗା କାମ

ତାଲାବନ୍ଦ ସମୟରେ ଜାରି ରହିବ କୃଷି କାର୍ଯ୍ୟ । ସାମାଜିକ ଦୂରତା ରକ୍ଷା କରି କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ । ବନ୍ଦ ରହିବନି ନରେଗା କାମ

କନକ ବ୍ୟୁରୋ: ଲକଡାଉନ ସମୟରେ ନରେଗା ଓ କୃଷି କାମ ଜାରି ରହିବ । ଖାଦ୍ୟ ନିରାପତା ଦୃଷ୍ଟିରୁ ମାଲ ପରିବହନରେ କୌଣସି ବାଧା କରାଯିବ ନାହିଁ ବୋଲି ଆଶ୍ୱସନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ସହିତ ମଣିଷ ଜୀବନ ଓ ଅର୍ଥନୀତି ମଧ୍ୟରେ ମଣିଷ ଜୀବନକୁ ରାଜ୍ୟ କ୍ୟାବିନେଟ ଅଧିକ ଗୁରୁତ୍ୱ ଦେଇଛି ବୋଲି ମୁଖ୍ୟମନ୍ତ୍ରୀ ଭିଡିଓ ବାର୍ତ୍ତାରେ କହିଛନ୍ତି । ତେବେ କରୋନା ପରିସ୍ଥିତିକୁ ନଜରରେ ରଖି ରାଜ୍ୟରେ ଏପ୍ରିଲ ୩୦ ଯାଏ ତାଲାବନ୍ଦ କଟକଣାକୁ ବଢାଇବା ପାଇଁ କେନ୍ଦ୍ର ସରକାରଙ୍କୁ ରାଜ୍ୟ କ୍ୟାବିନେଟ ପ୍ରସ୍ତାବ ଦେବା ସହ ଏପ୍ରିଲ ୩୦ ଯାଏ ଟ୍ରେନ, ବିମାନ ସେବା ବନ୍ଦ କରିବା ପାଇଁ ମଧ୍ୟ କେନ୍ଦ୍ରକୁ ସୁପାରିଶ କରିଛନ୍ତି ରାଜ୍ୟ ସରକାର ।

publive-image

ଆଜି ଏକ ଭିଡିଓ ବାର୍ତା ଜରିଆରେ ନବୀନ ଆମେରିକାର ଉଦାହରଣ ଦେଇ କହିଛନ୍ତି ଯେ, ଆମେରିକାରେ ୩ ହଜାରରୁ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷକୁ ବଢିଗଲା । ୯/୧୧ ଭଳି ଘଟଣାରେ ଏତେ ସଂଖ୍ୟାର ଲୋକଙ୍କ ମୃତ୍ୟୁ ହୋଇନଥିଲା ବୋଲି ନବୀନ କହିଛନ୍ତି । କିନ୍ତୁ ସେଠାରେ ସବୁ ସ୍ଥାନରେ ଲକଡାଉନ କରାଯାଇନଥିଲା । ନବୀନ ତାଙ୍କ ଭିଡିଓ ବାର୍ତାରେ କହିଛନ୍ତି, ଏହି ଶତାଦ୍ଦୀରେ ସମଗ୍ର ମାନବ ଜାତି ପାଇଁ କରୋନା ବଡ ଶତ୍ରୁ ହୋଇ ଉଭା ହୋଇଛି । ତେଣୁ ସାହାସର ସହ ମୁକାବିଲା ପାଇଁ ନବୀନ ଆହ୍ୱାନ ଦେଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe