୮ଟି ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ଅନୁମୋଦନ । ରାଜ୍ୟ ବଜେଟର ପରିମାଣ ୧ ଲକ୍ଷ ୭୦ ହଜାର କୋଟି ସୂଚନା

165

କନକ ବ୍ୟୁରୋ : କ୍ୟାବିନେଟ ବୈଠକରେ ୮ଟି ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ଅନୁମୋଦନ ମିଳିଛି । ୧୨୪୨ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ । ରାଜ୍ୟ ସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ମାଧ୍ୟମରେ ପ୍ରକଳ୍ପକୁ ଅନୁମତି ମିଳିଛି । ପ୍ରକଳ୍ପ ଯୋଗୁଁ ରାଜ୍ୟର ୩୧୩୫ ଜଣଙ୍କୁ ନିଯୁକ୍ତି ମିଳିବ ।

ଏହାସହ ଆଜି ଶେଷ ହୋଇଛି କ୍ୟାବିନେଟ ବୈଠକ । ବଜେଟର ପରିମାଣ ୧ ଲକ୍ଷ ୭୦ ହଜାର କୋଟି ସୂଚନା ମିଳିଛି । ବଜେଟ ଚିଠା ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଆସନ୍ତା ୨୨ରେ ଉପସ୍ଥାପନ ହେବ ରାଜ୍ୟ ବଜେଟ ।